ଚିକିଟି ମଦମୃତ୍ୟୁ ମାମଲାରେ ଆଜି ଗୃହରେ ଉତ୍ତର ରଖିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି. ଗଞ୍ଜାମ ଜିଲ୍ଲାରେ ୫୦୦ ଲିଟର ପୋଚ ନଷ୍ଟ ହୋଇଛି। ୬ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ୨ ଜଣ ଅଟକ ଅଛନ୍ତି। ୩ ଅବକାରୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି। ମଦ ସାମ୍ପଲ ଓ ମୃତକଙ୍କ ଭିସେରା ଫୋରେନସିକ୍ ଲ୍ୟାବକୁ ପଠାଯାଇଛି। ରିପୋର୍ଟ ଆସିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି।

Leave a Reply

Your email address will not be published. Required fields are marked *