ଆଜି ପୁଣି ଖୋଲିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର । ଆଜି ଅପରାହ୍ଣ ୨ଟାରେ ପୁଣି ଶ୍ରୀମନ୍ଦିର ରନ୍ଭଣ୍ଡାର ଖୋଲାଯାଇଛି। ଜଉମୁଦ ଦେଇ ବନ୍ଦ କରାଯାଇଥିବା ରତ୍ନଭଣ୍ଡାରରୁ ଖାଲି ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର ହୋଇଛି । ଶ୍ରୀମନ୍ଦିର ରତ୍ନଭଣ୍ଡାରରୁ ନୀଳାଦ୍ରି ମ୍ୟୁଜିୟମ ନିକଟ ରୁମକୁ ସ୍ଥାନାନ୍ତର ହେଉଛି ଖାଲି ସିନ୍ଦୁକ ଓ ଆଲମିରା । ଏହି ଶ୍ରୀମନ୍ଦିର ରତ୍ନ ଭଣ୍ଡାରରେ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ଉପସ୍ଥିତରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯାଇଛି। ଏହି ସ୍ଥାନାନ୍ତର ସରିବା ଯାଏ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଆନନ୍ଦ ବଜାରରୁ ଭକ୍ତମାନେ ମହାପ୍ରସାଦ କିଣିପାରିବେ। Post navigation ୟୁକ୍ରେନ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ ଆସିଲା ‘ସୁଭଦ୍ରା’ ଯୋଜନା ଏସଓପି