ତୃଣମୂଳ ସ୍ତରରେ ଶିକ୍ଷା ବ୍ୟବସ୍ଥାର ଉନ୍ନତି କରିବେ ମୋହନ ସରକାର
ବିଧାନସଭା ପୂର୍ବରୁ ଗତକାଲି ବସିଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଛି ବୈଠକ । ଏହି କ୍ୟାବିନେଟ ବୈଠକରେ ମୋଟ ୯ଟି ବିଭାଗର ୧୦ଟି ପ୍ରସ୍ତାବ ଆଗତ କରାଯାଇଥିଲା ଓ ସମସ୍ତ…
ଗଠନ ହେଲା ଷଷ୍ଠ ଅର୍ଥ କମିଶନ; ଅବସରପ୍ରାପ୍ତ ଆଇଏଏସ୍ ଅରୁଣ ପଣ୍ଡା ହେଲେ ଅଧ୍ୟକ୍ଷ
ରାଜ୍ୟ ସରକାର ଆଜି ଷଷ୍ଠ ଅର୍ଥ ଆୟୋଗର ଗଠନ କରିଛନ୍ତି । ଏହି ୫ଜଣ ସଦସ୍ୟ ବିଶିଷ୍ଟ ଷଷ୍ଠ ଅର୍ଥ ଆୟୋଗର ଅଧ୍ୟକ୍ଷ ଭାବେ ଅବସରପ୍ରାପ୍ତ ଆଇଏଏସ୍ ଅରୁଣ କୁମାର ପଣ୍ଡାଙ୍କୁ ନିଯୁକ୍ତି ଦିଆଯାଇଛି । ଆୟୋଗର ଅନ୍ୟ ସଦସ୍ୟମାନେ ହେଉଛନ୍ତି…
ନୂଆପଡା ସୀମାନ୍ତରେ ହୋଇଥିବା ଏନ୍କାଉଣ୍ଟରରେ ମାଓବାଦୀଙ୍କ ମୃତ୍ୟୁସଂଖ୍ୟା ୧୬କୁ ବୃଦ୍ଧି
ନୂଆପଡ଼ା ଜିଲ୍ଲା ସୀମାନ୍ତରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ଆଉ ୨ ମାଓବାଦୀଙ୍କ ମୃତଦେହ ମିଳିଛି । ମିଳିଥିବା ସୂଚନା ଅନୁଯାୟୀ ଜଣେ ପୁରୁଷ ଓ ଜଣେ ମହିଳା ମାଓବାଦୀଙ୍କ ମୃତଦେହ ମିଳିଛି । ଏହା ସହିତ ଏନ୍କାଉଣ୍ଟରରେ…
ରାଜ୍ୟ ସରକାର ଧାନ କିଣାରେ ମିଲର ମାଲିକଙ୍କ ରାଜୁତି ଶେଷ କରିଦେଇଥିବାରୁ ବିଜେଡି ଛାନିଆ: ବିଜେପି
ଧାନ କିଣାରେ ରାଜ୍ୟ ସରକାର ମିଲର ମାଲିକଙ୍କ ରାଜୁତି ଖତମ କରିଦେଇଥିବାରୁ ଛାନିଆ ହୋଇଯାଇଛି ବିଜେଡି । ଏହାପରେ ଧାନ କିଣା ପ୍ରକ୍ରିୟା ଫେଲ କରାଇବା ପାଇଁ ମିଲରମାଲିକଙ୍କୁ ଆୟୁଧ କରି ଯେଉଁସବୁ ହୀନ ଉପାୟ କରୁଥିଲା ତାହା ପଦାରେ ପଡ଼ିଯାଇଛି…
କଣାସରେ ଡାଇରିଆ ଜନିତ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି
ପୁରୀ ଜିଲ୍ଲା, କଣାସ ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପିବା ଓ ଏଥିରେ ଲୋକଙ୍କ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ବିଜେଡି । ଏକ ସାମ୍ବାଦିକ ସମ୍ମିଳନୀରେ କଡ଼ା ସମାଲୋଚନା କରିଛନ୍ତି ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସଂଜୟ ଦାସବର୍ମା…
ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ; ପ୍ରତି ପଞ୍ଚାୟତରେ ହେବ ଆଦର୍ଶ ବିଦ୍ୟାଳୟ
ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ସେହି ବୈଠକରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଆଜିର କ୍ୟାବିନେଟ୍ ବୈଠକ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଣମାଧ୍ୟମକୁ…
ବାରବାଟୀରେ ହେବାକୁ ଥିବା କ୍ରିକେଟ ମ୍ୟାଚ ପାଇଁ ପ୍ରଥମ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ
ଆସନ୍ତା ଫେବୃୟାରୀ ୯ ତାରିଖରେ କଟକସ୍ଥିତ ବାରବାଟୀ ଷ୍ଟାଡିୟମ୍ ଠାରେ ଅନୁଷ୍ଠିତ ହେବାକୁଥିବା ଭାରତ ଇଂଲଣ୍ଡ ଏକଦିବସୀୟ କ୍ରିକେଟ ମ୍ୟାଚ୍ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓସିଏରୁ ଆଜି ପ୍ରଥମ ଟିକେଟ କିଣିଛନ୍ତି । ସୂଚନାଯୋଗ୍ୟ ଯେ ଓଡ଼ିଶା କ୍ରିକେଟ୍…
ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି ୧୫୭ ଜଣ ପୁରୁଷ
ସୁଭଦ୍ରା ଯୋଜନାରେ ଆସିଲା ସାଙ୍ଘାତିକ ତଥ୍ୟ । ସର୍ଟିଂ ବେଳେ ମିଳିଥିବା ତଥ୍ୟ ଅନୁଯାୟୀ, ମହିଳାଙ୍କ ପାଇଁ ହୋଇଥିବା ଏହି ଯୋଜନାରେ ୧୫୭ ଜଣ ପୁରୁଷ ଆବେଦନ କରିଛନ୍ତି । ଆଧାର କାର୍ଡର ବ୍ୟାଙ୍କ ଲିଂକେଜ ଡାଟା ଆସିବା ପରେ ଏହା…
ଯବାନ ମାନଙ୍କ ସ୍ୱତନ୍ତ୍ର ଭତ୍ତା ବଢ଼ାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର SOG ଯବାନଙ୍କୁ ମିଳୁଥିବା ସ୍ୱତନ୍ତ୍ର ଭତ୍ତା (Risk Allowance) ୮ ହଜାର ଟଙ୍କାରୁ ୨୫ ହଜାର ଟଙ୍କା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଗତକାଲି ନୂଆପଡ଼ା ଜିଲ୍ଲା ସୀମାନ୍ତ ଛତିଶଗଡ଼ କୁଲହରିଘାଟ ଅଞ୍ଚଳରେ ସୁରକ୍ଷା…
ନବଗଠିତ ପ୍ୟାକ୍ସ ଓ ଲ୍ୟାମ୍ପ୍ସ ମାନଙ୍କୁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏଁ ମୂଳଧନ
ରାଜ୍ୟରେ ଚାଷୀ ଓ ଅନ୍ୟାନ୍ୟ ଆର୍ଥିକ ଅନଗ୍ରସର ଶ୍ରେଣୀର ଲୋକଙ୍କୁ ସମବାୟ ମାଧ୍ୟମରେ ସହାୟତା ଯୋଗାଇ ଦେବା ପାଇଁ ରାଜ୍ୟରେ ପ୍ରାଥମିକ କୃଷି ସମବାୟ ସମିତି (PACS) ଏବଂ ବୃହତ ଆଦିବାସୀ ବହୁମୁଖୀ ସମବାୟ ସମିତି (LAMPCS) ଗଠନ କରଯାଇଛି ।…