କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ କୋରାପୁଟ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ରେଡ୍‌ ୱାର୍ଣ୍ଣିଂ ଥିବାରୁ ଜିଲ୍ଲାପାଳ ଛୁଟି ଘୋଷଣା କରିଛନ୍ତି । ଆସନ୍ତାକାଲି କୋରାପୁଟ ଜିଲ୍ଲାରେ ସ୍କୁଲ୍‌ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଅଗ୍ନିଶମ ଓ ଓଡ୍ରାଫ୍‌ ଟିମ୍‌କୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ବର୍ଷା ବେଳେ ଘରୁ ନବାହାରିବାକୁ ପରାମର୍ଶ ଦେଇଛନ୍ତି । ପକ୍କା ଘର କିମ୍ବା ଆଶ୍ରୟସ୍ଥଳରେ ରହିବାକୁ କୁହାଯାଇଛି ।

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଆଉ ଏକ । ପାଣିପାଗ ବିଭାଗର ସୂଚନା ଅନୁସାରେ ଏହା ପଶ୍ଚିମ- ଉତ୍ତରପଶ୍ଚିମକୁ ମୁହାଁଇ କାଲି ସୁଦ୍ଧା ହେବ ଲଘୁଚାପର ରୂପ ନେବ। ପରେ ଏହା ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ଗତି କରିବ। ଦୁଇ ଦିନରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।

By Nirvay

Leave a Reply

Your email address will not be published. Required fields are marked *