ନୂଆଁଖାଇରେ ଚାଷୀ ଭାଇଙ୍କୁ ଭେଟି ଦେଇଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସମ୍ବଲପୁର ଗସ୍ତ ଅବସରରେ ସିଏମ କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ କୃଷକମାନଙ୍କୁ ଉଦବୋଧନ ଦେଇଛନ୍ତି।

ନୂଆଁଖାଇ ଅବସରରେ ସିଏମ କିଷାନ ଯୋଜନାର ଶୁଭାରମ୍ଭ ପାଇଁ ସ୍ବତନ୍ତ୍ର ଉତ୍ସବ ଅନୁଷ୍ଠିତ ହୋଇଛି।ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ଥିଲେ। ଭିଡିଓ କନଫରେନସିଂ ମାଧ୍ୟମରେ VCରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡା ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ମନ୍ତ୍ରିପରିଷଦ ସଦସ୍ୟ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ। ଆଜି ପ୍ରଥମ କିସ୍ତିରେ ପ୍ରାୟ ୪୬ ଲକ୍ଷ ଚାଷୀ ପରିବାରକୁ ସହାୟତା ମିଳିଲା। ଡିବିଟି ମାଧ୍ୟମରେ ଚାଷୀଙ୍କୁ ୯୨୫ କୋଟିରୁ ଅଧିକ ଟଙ୍କା ପ୍ରଦାନ କଲେ ସରକାର। ନାମମାତ୍ର, ଭୂମିହୀନ ଚାଷୀ ପରିବାରକୁ ସହାୟତା ଦିଆଯାଇଛି।

ସୂଚନାଯୋଗ୍ୟ, ଯେଉଁ ଭୂମିହୀନ ଚାଷୀମାନେ ପିଏମ୍ କିଷାନ ଯୋଜନାରେ ଅନ୍ତର୍ଭୁକ୍ତ ହୋଇନାହାନ୍ତି ସେମାନେ ସିଏମ୍ କିଷାନ ଯୋଜନାର ଲାଭ ପାଇବେ। ଦୁଇଟି ପର୍ଯ୍ୟାୟରେ ଚାଷୀଙ୍କୁ ପ୍ରାୟ ୪ ହଜାର ଟଙ୍କା ସହାୟତା ପ୍ରଦାନ କରାଯିବ। ପ୍ରଥମ ପର୍ଯ୍ୟାୟରେ ଆଜି ନୂଆଁଖାଇରେ ଚାଷୀ ମାନେ ୨୦୦୦ ଟଙ୍କା ପାଇବେ ଏବଂ ଅକ୍ଷୟ ତୃତୀୟାରେ ଅବଶିଷ୍ଟ ଟଙ୍କା ପାଇବେ।

Leave a Reply

Your email address will not be published. Required fields are marked *