ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ଜାରି ହେଲା ଗାଇଡଲାଇନ୍। କର୍ମଚାରୀଙ୍କୁ କେଉଁ ମାନଦଣ୍ଡରେ ଚୟନ ହେବ ସେହି ସମ୍ପର୍କରେ ବିସ୍ତୃତ ଗାଇଡଲାଇନ ଜାରି ହୋଇଛି ।ପୁନଃ ନିଯୁକ୍ତି ପାଇଁ ଚୟନ କରିବ କମିଟି । ଏହି କମିଟିରେ ମୁଖ୍ୟ ସଚିବ କମିଟି ଅଧ୍ୟକ୍ଷ, ମୁଖ୍ୟ ସଚିବ ଅଧ୍ୟକ୍ଷ, ଜିଏ ସଚିବ, ଅର୍ଥ ସଚିବ କମିଟି ସଦସ୍ୟ ରହିଛନ୍ତି। ୬୫ ବର୍ଷରୁ କମ୍ ଓ ଭଲ ସର୍ଭିସ ରେକର୍ଡ଼ ଥିବା ବ୍ୟକ୍ତିଙ୍କୁ ପୁନଃ ନିଯୁକ୍ତି ଦିଆଯିବ । ପୁନଃ ନିଯୁକ୍ତି ପାଇବାକୁ ଥିବା ବ୍ୟକ୍ତି ଶାରୀରିକ ଭାବେ ଫିଟ୍ ଥିବା ଜରୁରୀ । ବିଭାଗୀୟ କାର୍ଯ୍ୟାନୁଷ୍ଠାନ ହୋଇଥିଲେ ବିଚାରଯୋଗ୍ୟ ହେବନି ପୁନଃ ନିଯୁକ୍ତି । ଅବସରପୂର୍ବରୁ ସିସିଆର୍ ଆଉଟଷ୍ଟାଣ୍ଡିଂ ଥିଲେ ପୁନଃ ନିଯୁକ୍ତି କରାଯିବ । ପଦବୀରେ ପୁନଃ ନିଯୁକ୍ତି ପାଇଁ ଖୋଲା ବିଜ୍ଞାପନ ଜରିଆରେ ସୂଚିତ କରାଯିବ । ମୋଟ ପଦବୀର ମାତ୍ର ୧ ପ୍ରତିଶତ ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ଦିଆଯାଇପାରିବ। Post navigation ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାତିଲ ହେଲା ଆଇ ଡ୍ରପ୍ ‘ପ୍ରେସଭ୍ୟୁ’ର ଉତ୍ପାଦନ ଏବଂ ମାର୍କେଟିଂ ଲାଇସେନ୍ସ