ଆସନ୍ତା ୧୮ରେ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରିବ ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏଏସଆଇ)  । ଏନେଇ ଏଏସଆଇ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ସୂଚନା ଦିଆଯାଇଛି ।  ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଏବଂ ବୈଷୟିକ ଯାଞ୍ଚ ଅନୁଷ୍ଠିତ ହେବ ।

ଏଏସଆଇ ର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ନିରୀକ୍ଷଣ ହେବ । ଏଥିପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଡ. ଅରବିନ୍ଦ ପାଢୀ ସମସ୍ତ ପ୍ରସ୍ତୁତିର ସମୀକ୍ଷା କରିବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *