ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଲାଗୁ ହେବ କାମଧେନୁ ଯୋଜନା। ପ୍ରାଣୀସମ୍ପଦ ଏବଂ ଦୁଗ୍ଧ ଉତ୍ପାଦନ କ୍ଷେତ୍ରର ବିକାଶ ପାଇଁ ଭୁବନେଶ୍ବରରେ ଅନୁଷ୍ଠିତ ହୋଇଛି ଜାତୀୟ ମୌସୁମୀ ବୈଠକ ୨୦୨୪। କେନ୍ଦ୍ର ସତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶାରେ ପ୍ରଥମ ଥର ପାଇଁ ଆୟୋଜିତ ଏହି ସମ୍ମିଳନୀକୁ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଭାରତର ଖାଦ୍ୟ ନିରାପତ୍ତା, ଗ୍ରାମାଞ୍ଚଳର ବିକାଶ ଏବଂ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ପଶୁପାଳନ ଏବଂ ଦୁଗ୍ଧ କ୍ଷେତ୍ର ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଲାଗୁ ହେବାକୁଥିବା କାମଧେନୁ ଯୋଜନା ଦ୍ବାରା କ୍ଷୁଦ୍ର ଦୁଗ୍ଧ ଉତ୍ପାଦନ ୟୁନିଟ୍ ପ୍ରତିଷ୍ଠା, ଗୋଶାଳା ପ୍ରତିଷ୍ଠା, ସବସିଡିଯୁକ୍ତ ଗୋଖାଦ୍ୟ ଯୋଗାଇବା, ପଶୁପାଳନ ବୀମା ଅଧୀନରେ କଭରେଜ୍ ବୃଦ୍ଧି ଏବଂ ଦୁଗ୍ଧ ସମବାୟ ସମିତିକୁ ମଜବୁତ କରିବାରେ ସହାୟକ ହେବ । ସେଥିପାଇଁ କାମଧେନୁ ଯୋଜନା ପାଇଁ ଖର୍ଚ୍ଚ ହେବ ୧୪୨୪ କୋଟି ଟଙ୍କା। ଗାଈଗୋରୁଙ୍କ ସ୍ବାସ୍ଥ୍ୟ ଓ ଚିକିତ୍ସା ଲାଗି ଗୋ ମାତା ଯୋଜନା ହୋଇଛି । ସେହିପରି ବୁଲା ଗାଈଗୋରୁଙ୍କ ଲାଗି ମୁଖ୍ୟମନ୍ତ୍ରୀ ପ୍ରାଣୀ କଲ୍ୟାଣ ଯୋଜନା ପ୍ରଣୟନ କରାଯିବ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ର ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ରାଜୀବ ରଂଜନ ସିଂ, ଗୋପାଳନ ଓ ସଂଖ୍ୟା ଲଘୁ ମନ୍ତ୍ରଣାଳୟର ରାଷ୍ଟ୍ର ମନ୍ତ୍ରୀ ଜର୍ଜ କୁରିଅନ, ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲିକ, ପଶୁ ପାଳନ ଏବଂ ଦୁଗ୍ଧ ସଚିବ ଅଳକା ଉପାଧ୍ୟାୟ, ମୁଖ୍ୟ ଶାସନ ସଚିବ ମନୋଜ ଅହୁଜା, ରାଷ୍ଟ୍ରୀୟ ଦୁଗ୍ଧ ବିକାଶ ବୋର୍ଡର ଅଧ୍ୟକ୍ଷ ମେନେଶ ଶାହା ଉପସ୍ଥିତ ଅଛନ୍ତି।

Leave a Reply

Your email address will not be published. Required fields are marked *