ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ସୁଭଦ୍ରାର ଶୁଭାରମ୍ଭ ସହ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ। ଆସନ୍ତା ୧୭ରେ ମହିଳାଙ୍କ ଆକାଉଣ୍ଟକୁ ଯିବ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି। ଓଡ଼ିଶାର ୧ କୋଟିରୁ ଊର୍ଦ୍ଧ୍ୱ ମହିଳା ‘ସୁଭଦ୍ରା’ର ସୁଫଳ ପାଇବେ।

ଏହା ସହ ଭୁବନେଶ୍ୱରରେ ୨୮୦୦ କୋଟିର ରେଳ ପ୍ରକଳ୍ପର ଶିଳାନ୍ୟାସ କରିବେ। ୧ ହଜାର କୋଟିର ନ୍ୟାସନାଲ୍ ହାଇୱେ ପ୍ରକଳ୍ପ ଶିଳାନ୍ୟାସ କାର୍ଯ୍ୟକ୍ରମ ରାହିଛି। ଦେଶର ୧୩ ଲକ୍ଷ PMAY-G ହିତାଧିକାରୀଙ୍କ ପ୍ରଥମ କିସ୍ତି ରିଲିଜ କରିବା ସହ। ୧୪ଟି ରାଜ୍ୟର PMAY-G ହିତାଧିକାରୀ ଏହାର ଉପକାର ପାଇବେ।

ସୂଚନାଯୋଗ୍ୟ; ୧୭ ତାରିଖରେ ପ୍ରଧାନମନ୍ତ୍ରୀ ଅହମଦାବାଦରୁ ଭୁବନେଶ୍ବର ଆସିବେ। ସକାଳ ୧୧ଟା ୩୫ରେ ସେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସେ ସିଧା ଜନତା ମଇଦାନ ଯିବେ। ୧୨ଟାରୁ ୧ଟା ପର୍ଯ୍ୟନ୍ତ ଏକ ଘଣ୍ଟା ସେ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ। କାର୍ଯ୍ୟକ୍ରମ ସରିଲା ପରେ ସେ ପୁଣି ସିଧାସଳଖ ବିମାନବନ୍ଦର ଯାଇ ନୂଆଦିଲ୍ଲୀ ଫେରିଯିବେ।

Leave a Reply

Your email address will not be published. Required fields are marked *