ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଥିବା ବେଳେ ବିସ୍ତୃତ ବିବରଣୀ ଆସିଛି। ସକାଳ ୧୦ଟା ୫୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ପୂର୍ବାହ୍ନ ୧୧ଟା ୧୦ରେ ଗାଡ଼କଣ ବସ୍ତିରେ ପହଞ୍ଚିବେ। ୧୧ଟା ୧୫ରୁ ୧୧ଟା ୪୫ ଯାଏ ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ୧୧ଟା ୪୫ରେ ଗାଡ଼କଣ ଛାଡ଼ି ୧୧ଟା ୫୫ରେ ଜନତା ମୈଦାନରେ ପହଞ୍ଚିବେ। ଜନତା ମୈଦାନରେ ଦିନ ୧ଟା ପର୍ଯ୍ୟନ୍ତ ରହିବେ। ପରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ଲାଗି ପୂର୍ବାହ୍ନ ୧୧ଟା ୫୫ରେ ଜନତା ମୈଦାନ ଅଭିମୁଖେ ଯାତ୍ରା କରିବେ। ବିଭିନ୍ନ ଜନକଲ୍ୟାଣ ଯୋଜନାର ଶୁଭାରମ୍ଭ, ଲୋକାର୍ପଣ କରିବେ। ଜନତା ମୈଦାନ କାର୍ଯ୍ୟକ୍ରମ ସାରି ୧ଟା ୨୦ରେ ଦିଲ୍ଲୀ ଫେରିଯିବେ।

Leave a Reply

Your email address will not be published. Required fields are marked *