କଳାହାଣ୍ଡି ଜିଲା ଭବାନୀପାଟଣାରେ ଗାୟିକା ରୁକ୍‌ସନା ବାନୋଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁକୁ ନେଇ ସସ୍‌ପେନ୍ସ ରହିଛି। ତେବେ ସ୍କ୍ରବ୍‌ ଟାଇଫସ୍‌ ନୁହେଁ, ସ୍ଲୋ ପଏଜନ ଯୋଗୁଁ ମୃତ୍ୟୁ ହୋଇଥିବା ଅଭିଯୋଗ ଆସିଛି। ମୃତ୍ୟୁର କାରଣ ସ୍ପଷ୍ଟ ହୋଇନଥିବା ବେଳେ ଗାୟିକାଙ୍କୁ ସ୍ଲୋ ପଏଜନ ଦେଇ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ତାଙ୍କ ମୃତ୍ୟୁକୁ ନେଇ ଜଣେ ସମ୍ବଲପୁରୀ ଗାୟକଙ୍କ ନାଁରେ ପରିବାର ପକ୍ଷରୁ ଅଭିଯୋଗ ଅଣାଯାଇଛି। ୧୫ ଦିନ ତଳେ ବଲାଙ୍ଗିରରେ ସୁଟିଂ ବେଳେ ସେ ଅସୁସ୍ଥ ହୋଇ ପଡିଥିଲେ। ପୋଲିସ ଏହି ଘଟଣାରେ ଛାନଭିନ କରୁଛି। ତଦନ୍ତ ପରେ ସତ୍ୟାସତ୍ୟ ଜଣାପଡିବ।

Leave a Reply

Your email address will not be published. Required fields are marked *