ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ଅପରାଧିକ ମାମଲା ରୁଜୁ ହୋଇଛି। ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର ଓ ଅନ୍ୟ ୪ ପୋଲିସ କର୍ମଚାରୀଙ୍କ ନାଁରେ ମାମଲା ରୁଜୁ ହୋଇଛି। ମେଜରଙ୍କ ଏତଲା ଆଧାରରେ କ୍ରାଇମବ୍ରାଞ୍ଚ ଅପରାଧିକ ମାମଲା ରୁଜୁ କରିଛି। କ୍ରାଇମବ୍ରାଞ୍ଚ କେସ୍ ନଂ ୧୧/୨୦୨୪ରେ ମାମଲା ରୁଜୁ ହୋଇଛି। ଏହି ଘଟଣାକୁ ନେଇ ଅବସରପ୍ରାପ୍ତ ସେନା କର୍ମଚାରୀ ଶାନ୍ତିପୂର୍ଣ୍ଣ ପ୍ରତିବାଦ କରିଥିବା ବେଳେ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ପୋଲିସ ଡିଜି ୱାଇ. ବି ଖୁରାନିଆ ନିର୍ଦ୍ଦେଶ ଦେଇଥିଲା।

ତେବେ ଏହି ଘଟଣା ଏବେ ଭିନ୍ନ ମୋଡ଼ ନେଇଛି। ମେଜରଙ୍କ ବାନ୍ଧବୀ ଅଭିଯୋଗ ଆଣିଛନ୍ତି ଯେ, ପୂର୍ବତନ ଆଇଆଇସି ମେଜରଙ୍କୁ ହାଜତରେ ଭର୍ତ୍ତି କରି ତାଙ୍କୁ ଦୁଷ୍କର୍ମ ଉଦ୍ୟମ କରିଥିଲେ। ଏପରିକି ଏଥିରେ ୨ ଜଣ ମହିଳା କନଷ୍ଟେବଳ ସହଯୋଗ ମଧ୍ୟ କରିଥିଲେ।

Leave a Reply

Your email address will not be published. Required fields are marked *