ଭରତପୁରରେ ମେଜର-ପୋଲିସ ବିବାଦ ମାମଲାରେ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ସେନା ମେଜର ଗୁରୁବଂଶ ସିଂ, ତାଙ୍କ ବାନ୍ଧବୀ ଅଙ୍କିତା ଓ ଅନ୍ୟ ପୂର୍ବତନ ଅଧିକାରୀ। ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ସହ ତାଙ୍କ ସହ ଆଲୋଚନା କରିଛନ୍ତି। ଭରତପୁର ଥାନା ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ପରେ ପୀଡ଼ିତା, ତାଙ୍କ ବାପା ଓ ଅନ୍ୟ ସେନା ଭେଟେରାନମାନେ ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଧନ୍ୟବାଦ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ମଧ୍ୟ ଭେଟି ଆଲୋଚନା କରିଛନ୍ତି।

Leave a Reply

Your email address will not be published. Required fields are marked *