ଆଜି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଫଳରେ ରାଜ୍ୟରେ ବଢିବ ବର୍ଷାର ପରିମାଣ । ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ଆଜି ପାଇଁ ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେଗୁଡିକ ମାଲକାନଗିରି, କୋରାପୁଟ, ରାୟଗଡା,ଗଜପତି, ଗଂଜାମ, କଟକ, ଜଗତସିଂହପୁର , ଭଦ୍ରକ, ବାଲେଶ୍ଵର, ମୟୁରଭଞ୍ଜ , କେନ୍ଦୁଝର ଓ କେନ୍ଦ୍ରାପଡା ଆଦି ୟେଲୋ ୱାର୍ଣ୍ଣିଂ ଦିଆଯାଇଥିବା ଏହି ସବୁ ଜିଲ୍ଲାଗୁଡ଼ିକରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହେବା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି।

ସେହିପରି ୨୪ ତାରିଖ ସକାଳରୁ ୨୬ ତାରିଖ ପୂର୍ବାହ୍ନ ଯାଏଁ ଦକ୍ଷିଣ ଓଡ଼ିଶା ସମେତ ସଂଲଗ୍ନ ଜିଲ୍ଲା ଗୁଡ଼ିକରେ ବର୍ଷାର ପ୍ରଭାବ ଲାଗି ରହିବ। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର ।

 

 

 

 

 

Leave a Reply

Your email address will not be published. Required fields are marked *