ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ । ଗୋଟିଏ ପଶ୍ଚିମ କେନ୍ଦ୍ରୀୟ ସ୍ଥଳରେ ହୋଇଥିବା ବେଳେ ଅନ୍ୟଟି ମିଆମାର ଅଞ୍ଚଳରେ ସୃଷ୍ଟି ହୋଇଛି।ଏହି ଦୁଇ ଘୂର୍ଣ୍ଣବଳୟ ପ୍ରଭାବରେ ଓଡିଶାର ଆଜିଠୁ ତିନିଦିନ ପାଇଁ ପ୍ରବଳ ବର୍ଷା ସମ୍ଭାବନା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଲଘୁଚାପ ପ୍ରଭାବରେ ଆଗାମୀ କିଛି ଦିନ ଯାଏଁ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ ଘଡି ହେବାର ସମ୍ଭାବନା ଥିବା କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆଜି ପ୍ରବଳ ବର୍ଷା ନେଇ ହାଇ ଆଲର୍ଟ ଜାରି କରାଯାଇଛି । ଆଲର୍ଟ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି , ନବରଙ୍ଗପୁର, ଗଞ୍ଜାମ, ଗଜପତି ଓ କନ୍ଧମାଳ । ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

 

 

Leave a Reply

Your email address will not be published. Required fields are marked *