ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଏଥିସହ କଟକ ଓ ଭୁବନେଶ୍ବରରେ ପ୍ରବଳ ବର୍ଷା ହେବ। ସକାଳୁ ସକାଳୁ ତୁହାକୁତୁହା ବର୍ଷା ହୋଇଥିବା ଦେଖିବାକୁ ମିଳିଥିଲା। ଲଗାଣ ବର୍ଷା ଯୋଗୁଁ ସ୍ଥିତି ବେହାଲ ହେବା ସହ ଜନସାଧାରଣ ହନ୍ତସନ୍ତ ହେଉଛନ୍ତି। ଗଂଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୂରଭଂଜ, କେନ୍ଦୁଝର ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ସେହିପରି ଢେଙ୍କାନାଳ, ଯାଜପୁର, ବୌଦ୍ଧ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, କନ୍ଧମାଳ ଏବଂ ନୟାଗଡ଼ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *