ଦ୍ବିତୀୟ ପର୍ଯ୍ୟାୟ ପ୍ରଥମ ‘ସୁଭଦ୍ରା’ କିସ୍ତି ଟଙ୍କା ଅକ୍ଟୋବର ୯ ତାରିଖରେ ଆସିବ। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା ଦେଇଛନ୍ତି। ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କିସ୍ତି ଟଙ୍କା ପ୍ରଦାନ କରିବେ। ୪୦ ଲକ୍ଷରୁ ଅଧିକ ହିତାଧିକାରୀ ଦ୍ୱିତୀୟ ପର୍ଯ୍ୟାୟରେ ଟଙ୍କା ପାଇବେ। ସୁଭଦ୍ରା ଯୋଜନାର ପ୍ରଥମ ହିତାଧିକାରୀ ଓ କୋଟିଏ ନମ୍ବରରେ ଥିବା ମହିଳାଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସମ୍ବର୍ଦ୍ଧିତ କରିବେ। ସୂଚନାଯୋଗ୍ୟ, ପ୍ରଥମ ପର୍ଯ୍ୟାୟ ଟଙ୍କା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଥିଲା।

By Nirvay

Leave a Reply

Your email address will not be published. Required fields are marked *