ଆସନ୍ତା ଅକ୍ଟୋବର ୭ ଏବଂ ଅକ୍ଟୋବର ୧୪ ତାରିଖ ୨ ଦିନ ପାଇଁ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ; ୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ କାର୍ଯ୍ୟ ଥିବାରୁ ଶୁଣାଣି ବନ୍ଦ ରହିବ। ସେହିପରି ୧୪ ତାରିଖରେ ଦୁର୍ଗାପୂଜା ଭସାଣି ଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । Post navigation ଘୋଷଣା ହେଲା ଯୁକ୍ତ ଦୁଇ ପରୀକ୍ଷା ତାରିଖ; ଏଥର ଦୁଇଟି ପର୍ଯ୍ୟାୟରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ ସରକାରୀ ସ୍ତରରେ ଶହୀଦ ବାଜି ରାଉତ ଜୟନ୍ତୀ ବ୍ୟାପକ ଭାବେ ପାଳନ କରାଯିବ – ମୁଖ୍ୟମନ୍ତ୍ରୀ