ଅବସର ନେଲେ ବରିଷ୍ଠ ଆଇପିଏସ୍ ଅଧିକାରୀ ଅରୁଣ କୁମାର ଷଡଙ୍ଗୀ । ଚାକିରିର ୧୦ ମାସ ପୂର୍ବରୁ ସ୍ବେଚ୍ଛାକୃତ ଅବସର ନେଲେ ଅରୁଣ କୁମାର ଷଡଙ୍ଗୀ। ତାଙ୍କ ପାଇଁ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଟ୍ରେନିଂ ଏକାଡେମୀରେ ବିଦାୟ କାଳୀନ ସମାରୋହର ସ୍ବତନ୍ତ୍ର କାର୍ଯ୍ୟକ୍ରମ କରାଯାଇଛି । ଏହା ପରେ ଏହି ଅବସରରେ ଅରୁଣ କୁମାର ଷଡଙ୍ଗୀ କହିଛନ୍ତି ୩୩ ବର୍ଷର ଚାକିରି କାଳ ଭିତରେ ଅନେକ ସଫଳତା ଓ ବିଫଳତା ଦେଖିଛନ୍ତି।

୧୯୯୦ ବ୍ୟାଚର ଆଇ.ପି.ଏସ୍ ଅଧିକାରୀ ଅରୁଣ କୁମାର ଷଡଙ୍ଗୀ ବଲାଙ୍ଗୀର ଜିଲ୍ଲାର ମୂଳବାସିନ୍ଦା ଅଟନ୍ତି। ତାଙ୍କ ଚାକିରି କାଳ ମଧ୍ୟରେ ସେ ରାୟଗଡ଼ା, ଜଗତସିଂହପୁର, ବ୍ରହ୍ମପୁର, କଟକ (ରେଲୱେ), ଏଟିସି (ଏନଫୋର୍ସମେଣ୍ଟ), କୋରାପୁଟ, ଖୋର୍ଦ୍ଧା, ରାଉରକେଲା, କ୍ରାଇମବ୍ରାଞ୍ଚର ଆରକ୍ଷୀ ଅଧିକ୍ଷକ ଭାବେ କାର୍ଯ୍ୟ କରିଛନ୍ତି। ପରେ ଡିଆଇଜି ଭାବେ ଉତ୍ତର କେନ୍ଦ୍ରାଞ୍ଚଳ ରେଞ୍ଜ (ତାଳଚେର), ଅପରେସନ (ଭୁବନେଶ୍ବର), ଆଇନ ଓ ଶୃଙ୍ଖଳା, କଟକ ଠାରେ କାର୍ଯ୍ୟ କରିଥିଲେ। ସେହିପରି ଆଇଜିପି (ଆଇନ ଓ ଶୃଙ୍ଖଳା), କଟକ ସମେତ ବିପିଏସପିଏ, ଭୁବନେଶ୍ବରର ଅତିରିକ୍ତ ଦାୟିତ୍ଵ ତୁଲାଇ ଥିଲେ। ବିପିଏସପିଏ ର ଆଇଜିପି (ଟ୍ରେନିଂ), ଆଇଜିପି (ଅପରେସନ), (ଗୁଇନ୍ଦା), ଭିଜିଲାନ୍ସ ଭାବେ ଗୁରୁତ୍ବପୂର୍ଣ୍ଣ ପଦପଦବୀରେ ରହି ସଫଳତାର ସହ କାର୍ଯ୍ୟ କରିଥିଲେ। ଏହାପରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଗୁଇନ୍ଦା) ଏବଂ ନିର୍ଦ୍ଦେଶକ (ବିପିଏସପିଏ), ଭୁବନେଶ୍ବରରେ କାର୍ଯ୍ୟ କରୁଥିଲେ। ଏହାପରେ ତାଙ୍କର ସ୍ଵତନ୍ତ୍ର ଆରକ୍ଷୀ ମହାନିର୍ଦ୍ଦେଶକ ପଦବୀକୁ ପଦୋନ୍ନତି ହୋଇଥିଲା। ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ନିର୍ଦ୍ଦେଶକ ଭାବେ ଦାୟିତ୍ଵରେ ଥିଲେ। ଏଥି ସହିତ ସ୍ବତନ୍ତ୍ର ଡିଜି ଟ୍ରେନିଂ ଦାୟିତ୍ବରେ ରହିଥିଲେ। ଗତ ସାଧାରଣ ନିର୍ବାଚନରେ DG In-charge ଥିଲେ। ଅବସର ପରେ ସେ ଓପିଏସସି ଚେୟରମ୍ୟାନ ଭାବେ ଦାୟିତ୍ବ ଗ୍ରହଣ କରିବେ।

ସୂଚନାଯୋଗ୍ୟ, ଅରୁଣଙ୍କର ଚାକିରି ୨୦୨୫ ଜୁଲାଇ ପର୍ଯ୍ୟନ୍ତ ଥିଲା। ତାଙ୍କୁ ପୂର୍ବ ବିଜେଡି ସରକାର ୨୦୨୩ ଡିସେମ୍ବର ୩୧ ତାରିଖରେ ରାଜ୍ୟର ଅସ୍ଥାୟୀ ପୋଲିସ ଡିଜି ଭାବେ ନିଯୁକ୍ତି ଦେଇଥିଲେ।

Leave a Reply

Your email address will not be published. Required fields are marked *