‘ସୁଭଦ୍ରା’ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା । ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ପାଇଁ ପରୀକ୍ଷା ମୂଳକ ଭାବେ ବ୍ୟାଙ୍କ୍ ଖାତାକୁ ଗଲା ସୁଭଦ୍ରା ଟଙ୍କା । ମହିଳା ହିତାଧିକାରୀଙ୍କ ଖାତାକୁ ୧ ଟଙ୍କା ଲେଖାଏଁ ପଠାଯାଇଥିବା ସୂଚନା ଦେଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଅକ୍ଟୋବର ୯ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ୪୦ ଲକ୍ଷ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ପ୍ରଥମ କିସ୍ତି ଟଙ୍କା ପଠାଇବେ ରାଜ୍ୟ ସରକାର ।

ସୂଚନା ଯୋଗ୍ୟ; ସେପ୍ଟେମ୍ବର ୧୭ ତାରିଖ ଅର୍ଥାତ୍‌ ନିଜ ଜନ୍ମଦିନରେ ବହୁ ଆକାଂକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଥମ ପର୍ଯ୍ୟୟରେ ସୁଭଦ୍ରା ଯୋଜନାରେ ୨୫ ଲକ୍ଷ ୧୧ ଜଣ ଲୋକଙ୍କୁ ସୁଭଦ୍ରା କିସ୍ତି ପ୍ରଦାନ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

Leave a Reply

Your email address will not be published. Required fields are marked *