ଟାଟା ସନ୍ସର ଅଧ୍ୟକ୍ଷ ରତନ ଟାଟାଙ୍କର ବୁଧବାର ମୁମ୍ବାଇର ବ୍ରେକ୍ କ୍ୟାଣ୍ଡି ହସ୍ପିଟାଲରେ ଦେହାନ୍ତ ହୋଇଛି। ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ୮୬ ବର୍ଷ ବୟସରେ ଦେହାନ୍ତ ହୋଇଛି ।ରତନ ଟାଟାଙ୍କ ବିୟୋଗ ବାବଦରେ ବିଶିଷ୍ଟ ଶିଳ୍ପପତି ହର୍ଷ ଗୋୟେଙ୍କା ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି।

ଗତ ସପ୍ତାହରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ନେଇ ଅନେକ ଖବର ସାମ୍ନାକୁ ଆସିଥିଲା । ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ଯୋଗୁଁ ମୁମ୍ବାଇର ଏକ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ । ଚିକିତ୍ସା ଜାରି ରହିଥିବା ବେଳେ ନିକଟରେ ସେ ନିଜ ଶୁଭେଚ୍ଛୁୁଙ୍କୁ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ସୂଚନା ଦେଇଥିଲେ । ସେ କହିଥିଲେ  କେବଳ ରୁଟିନ୍ ଚେକ୍‌ପଅପ୍ କରାଇବା ପାଇଁ ହସ୍ପିଟାଲ ଆସିଛନ୍ତି । କିନ୍ତୁ ଗତକାଲି ତାଙ୍କ ଦେହ ଗୁରୁତର ହୋଇଯିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା ।

Leave a Reply

Your email address will not be published. Required fields are marked *