ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଆଇଏମଡିର ଆକଳନ ପରେ ଏବେ ଏହାର ଫାଇଦା ଉଠାଇ କିଛି ଅସାଧୁ ବ୍ୟବସାୟୀ ବିଭିନ୍ନ ଆବଶ୍ୟକୀୟ ସାମଗ୍ରୀକୁ ଚଢା ଦରରେ ବିକ୍ରି କରିପାରନ୍ତି । ଏହାକୁ ନେଇ ଆଜି ଆୟୋଜିତ ସମୀକ୍ଷା ବୈଠକ ପରେ କଳାବଜାରୀ ଚେତାବନୀ ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ । ସମ୍ଭାବ୍ୟ ବାତ୍ୟାକୁ ଦେଖି ତାଗିଦ କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ଅସାଧୁ ବ୍ୟବସାୟୀ କଳାବଜାରୀ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ।ଖାଦ୍ୟ ସାମଗ୍ରୀ ମହଜୁଦ ସ୍ଥାନ ଉପରେ ନଜର ପାଇଁ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ନ ବାତ୍ୟା ପାଇଁ ଯେପରି କଳାବଜାର ନ ହୁଏ ସତର୍କ ରହିବାକୁ ସୂଚେଇ ଦେଇଛନ୍ତି ମନ୍ତ୍ରୀ। ଯଦି କେହି ନିର୍ଦ୍ଦେଶ ନ ମାନନ୍ତି ତେବେ ତାଙ୍କ ଉପରେ ଦୃଢ଼ କାର୍ଯାନୁଷ୍ଠାନ ନିଆଯିବ ।

ଅନ୍ୟପଟେ ସମ୍ଭାବ୍ୟ ବାତ୍ୟାକୁ ନେଇ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିକ୍ରିୟା ଦେଇ କହିଛନ୍ତି ସମସ୍ତ ବିଭାଗୀୟ ଅଧିକାରୀଙ୍କ ସହ କରାଯାଇଛି ଆଲୋଚନା । ODRF, NDRF ସହ ଜରୁରୀକାଳୀନ ବିଭାଗକୁ ସତର୍କ ରହିବାକୁ ନିର୍ଦ୍ଦେଶ । ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *