ପୁର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଆଜି ସକାଳ ୫ଟା ୩୦ ମିନିଟ୍ ସମୟରେ ଏହି ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତାକାଲି ଏହା ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୩ ତାରିଖରେ ଏହା ବାତ୍ୟାର ରୂପ ନେବ। ୨୪ ସକାଳେ ସମ୍ଭାବ୍ୟ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହି ସମ୍ଭାବ୍ୟ ବାତ୍ୟା ନାଁ ‘ଦାନା’ ରଖାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ସମ୍ଭାବ୍ୟ ବାତ୍ୟା ଦାନା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି ରାଜ୍ୟରେ ୨୩, ୨୪, ୨୫ ତିନି ଧରି ଅଧିକାଂଶ ସ୍ଥାନରେ ବର୍ଷା ହେବ । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ୨୦ରୁ ୩୦ ସେମି ବର୍ଷିବ। ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ୩୦ରୁ ସେମିରୁ ଊର୍ଦ୍ଧ୍ବ ବର୍ଷା । ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲ୍ଲାରେ ଅଧିକ ବର୍ଷା ହେବ । ଗଛ ଉପୁଡ଼ିପାରେ, ତଳିଆ ଅଞ୍ଚଳରେ ପାଣି ଜମି ପାରେ । ଭୟଭୀତ ନ ହୋଇ ନିରାପଦରେ ରହିବାକୁ ପଦକ୍ଷେପ ନିଅନ୍ତୁ

ସେହିପରି ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି। ଜିରୋ କାଜୁଆଲିଟି ଲକ୍ଷ୍ୟ ନେଇ ସରକାର କାମ କରୁଥିବା ସୂଚନା ଦେଇଛନ୍ତି ଏସଆରସି ଦେଓରଂଜନ ସିଂ।

ଅନ୍ୟପଟେ ଚେତାବନୀ ପରେ କୂଳକୁ ଫେରି ଆସୁଛନ୍ତି ମତ୍ସ୍ୟଜୀବୀ । ପାରାଦୀପ, ଗୋପାଳପୁର, ବାଲେଶ୍ବର ଉପକୂଳରୁ ଫେରିଥିବା ସୂଚନା ।

Leave a Reply

Your email address will not be published. Required fields are marked *