ଓଡ଼ିଶାରେ ମାଡ଼ ହେବ ସାମ୍ଭାବ୍ୟ ବାତ୍ୟା ‘ଦାନା’ । ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ତେଣୁ ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ପୁରୀକୁ ଆସିଥିବା ଶ୍ରଦ୍ଧାଳୁ ଓ ପର୍ଯ୍ୟଟକମାନଙ୍କୁ ପୁରୀ ଛାଡ଼ିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ଆଜିଠୁ ଯେଭଳି କୌଣସି ପର୍ଯ୍ୟଟକ ପୁରୀ ନଯିବେ ସେଥିପାଇଁ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନକୁ କୁହାଯାଇଛି ।

ଏହା ସହିତ ବାତ୍ୟା ଆଶଙ୍କା ଦୂର ନହେବା ପର୍ଯ୍ୟନ୍ତ ପୁରୀକୁ ଯେଭଳି ପର୍ଯ୍ୟଟକମାନେ ନଯିବେ ସେଥିପାଇଁ ଜିଲ୍ଲାପାଳମାନେ ପଦକ୍ଷେପ ନେବାକୁ କୁହାଯାଇଛି । ଯେଉଁମାନେ ପୁରୀରେ ରହିବେ ସେମାନଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର ହେବାକୁ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ।

ଅନ୍ୟପଟେ ସରକାରଙ୍କ ପକ୍ଷରୁ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ, ଭୟଭୀତ ହୁଅନ୍ତୁନି। ଜିରୋ କାଜୁଆଲିଟି’ ନିଶ୍ଚିତ ଭାବେ ରହିବ। ଜିରୋ କାଜୁଆଲିଟି ଆମ ମିଶନ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ସୂଚନଯୋଗ୍ୟ; ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓ ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାଗୁ ସହିତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ଅଳ୍ପ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ। ଏମିତିକି ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ରହିପାରେ ବୋଲି ପୂର୍ବାନୁମାନ କରାଯାଇଛି।

 

Leave a Reply

Your email address will not be published. Required fields are marked *