ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ‘ଦାନା’ ର ମୁକାବିଲା ପାଇଁ ରାଜ୍ୟ ସରକାର ‘ଜିରୋ କାଜିଆଲିଟି’ ଉପରେ ଗୁରୁତ୍ୱ ଦେଇଛନ୍ତି । ସେଥିପାଇଁ ଆଜି ୯ଜଣ ମନ୍ତ୍ରୀଙ୍କୁ ବିଭିନ୍ନ ଜିଲ୍ଲାର ବାତ୍ୟା ମୁକାବିଲା ଓ ପ୍ରସ୍ତୁତି ଆଦିର ସମୀକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ‘ଦାନା’ରେ ପ୍ରଭାବିତ ହେବାକୁ ଥିବା ୯ଟି ଜିଲ୍ଲାରେ ଆବଶ୍ୟକ ତଦାରଖ କରିବାକୁ ମନ୍ତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି।

ସେମାନେ ହେଲେ:-

୧) ଜଗତସିଂହପୁର- ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ

୨) ବାଲେଶ୍ୱର- ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ

୩) ଭଦ୍ରକ- କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

୪) ମୟୂରଭଞ୍ଜ- ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର

୫) ପୁରୀ- ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

୬) କେନ୍ଦ୍ରାପଡ଼ା- ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ

୭) କେନ୍ଦୁଝର – ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

୮) କଟକ – ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

୯) ଗଞ୍ଜାମ-ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବି.ବି ଜେନା

ଅନ୍ୟପଟେ ବାତ୍ୟା ‘ଦାନା’ର ମୁକାବିଲା ପାଇଁ ରାଜ୍ୟ ସରକାର ଅତୀତରେ ଅଭିଜ୍ଞତା ରଖିଥିବା ୬ ଜଣ ଯୁବ ଆଇଏଏସ୍ ଅଫିସରଙ୍କୁ ବାତ୍ୟା ‘ଦାନା’ର ମୁକାବିଲା ପାଇଁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ଦେଇଛନ୍ତି।

ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ଏ ନେଇ ନିର୍ଦ୍ଦେଶନାମା ଜାରି କରାଯାଇଛି।

ବାଲେଶ୍ୱର ଜିଲ୍ଲାରେ ଉଦ୍ଧାର ଓ ରିଲିଫ କାର୍ଯ୍ୟତଦାରଖ ପାଇଁ ଲଘୁ ଖଣିଜ ନିର୍ଦ୍ଦେଶକ କେ ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଭଦ୍ରକ ଜିଲ୍ଲାରେ ବାତ୍ୟା ପରିଚାଳନା ଦାୟିତ୍ୱ ଆଇଏଏସ୍ ଅଧିକାରୀ ତ୍ରିଲୋଚନ ମାଝୀଙ୍କୁ ଦିଆଯାଇଛି।

ପର୍ଯ୍ୟଟନ ସଚିବ ବଲୱନ୍ତ ସିଂହଙ୍କୁ ପୁରୀ ଜିଲ୍ଲା ଦାୟିତ୍ୱ ଦିଆଯାଇଥିବା ବେଳେ ବିନୀତ ଭରଦ୍ୱାଜ, ୟାମିନୀ ଷଡ଼ଙ୍ଗୀ ଓ ସମର୍ଥ ବର୍ମାଙ୍କୁ ଯଥାକ୍ରମେ ମୟୂରଭଞ୍ଜ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଦାୟିତ୍ୱ ଦିଆଯାଇଛି।

 

Leave a Reply

Your email address will not be published. Required fields are marked *