ଭୀଷଣ ବାତ୍ୟାର ରୂପ ନେଇ ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଲ୍ୟାଣ୍ଡଫଲ୍ କରିବା ପରେ ସାମାନ୍ୟ ଦିଗ ବଦଳାଇ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶା ମୁହାଁଇ ପାରେ ବାତ୍ୟା “ଦାନା” । ଏନେଇ ସୂଚନା ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ୨୪ ତାରିଖ ମଧ୍ୟ ରାତିରୁ ୨୫ ତାରିଖ ସକାଳ ଭିତରେ ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିବ। ବାତ୍ୟା ଏବେ ପାରାଦୀପଠାରୁ ୨୬୦ କିଲୋମିଟର ଏବଂ ଧାମରାରୁ ୨୯୦ କିଲୋମିଟର ଦୂରରେ ରହିଛି । ଗତ ୮ଘଣ୍ଟା ଧରି ବାତ୍ୟା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଗତି କରୁଛି ।ଲ୍ୟାଣ୍ଡଫଲ୍ ବେଳେ ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୨୦ କିଲୋମିଟର ରହିପାରେ ବୋଲି ଆକଳନ କରାଯାଇଛି ।

ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପୂର୍ବରୁ ବର୍ତ୍ତମାନଠାରୁ ଡରାଇବା ଆରମ୍ଭ କଲାଣି। ବାତ୍ୟା ପ୍ରଭାବରେ ଗତକାଲିଠୁ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ୪ ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ବର ଓ ଭଦ୍ରକରେ ରେ ସାଇକ୍ଲୋନର ପ୍ରଭାବ ଅଧିକରହିବ । ସକାଳ ସୁଦ୍ଧା ପାରାଦୀପରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି । ପାରାଦୀପରେ ୫୧ ଓ ଚାନ୍ଦବାଲିରେ ୩୯ ମିମି ବର୍ଷା ସର୍ବାଧିକ ବର୍ଷା ରେକର୍ଡ ହୋଇଛି । ଅନ୍ୟପଟେ ଦକ୍ଷିଣ ଓଡିଶାରେ ମଧ୍ୟ ପ୍ରବଳ ବର୍ଷା ଜାରିରହିଛି । ସମୁଦ୍ର ଉପକୂଳ ଅଞ୍ଚଳରେ ପବନ ସହିତ ପ୍ରବଳ ବର୍ଷା ଯୋଗୁଁ କ୍ଷୟକ୍ଷତି ଆରମ୍ଭ ହୋଇଯାଇଛି।

Leave a Reply

Your email address will not be published. Required fields are marked *