ଆସନ୍ତାକାଲି କନ୍ଧମାଳ ଜିଲ୍ଲାର ସ୍କୁଲ ବନ୍ଦ ରହିବ ।ସାମ୍ଭାବ୍ୟ ବାତ୍ୟା ଦାନାକୁ ଦୃଷ୍ଟିରେ ରଖି ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ବନ୍ଦ ଘୋଷଣା କରିଛନ୍ତି ଜିଲ୍ଲା ଶିକ୍ଷାଧିକାରୀ । ଏନେଇ ଆଜି ଜିଲ୍ଲା ଶିକ୍ଷା ଅଧିକାରୀ ଜିଲ୍ଲାର ସମସ୍ତ ବିଇଓ, ପ୍ରଧାନଶିକ୍ଷକମାନଙ୍କୁ ଚିଠି ଲେଖିଛନ୍ତି ।

ବାତ୍ୟା ପ୍ରଭାବରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆସନ୍ତାକାଲି ପାଇଁ କନ୍ଧମାଳ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛନ୍ତି । ବାତ୍ୟା ପ୍ରତିଷେଧମୂଳକ ପଦକ୍ଷେପ ସ୍ୱରୂପ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ଚିଠିରେ ଉଲ୍ଲେଖ କରାଯାଇଛି । ଏହା ପୂର୍ବରୁ ରାଜ୍ୟ ସରକାର ୧୪ ଜିଲାରେ ୨୩ରୁ ୨୫ ଯାଏ ସ୍କୁଲ ଛୁଟି ଘୋଷଣା କରିଥିଲେ ।

Leave a Reply

Your email address will not be published. Required fields are marked *