ପୁଣି ବ୍ରହ୍ମପୁର ଏମକେସିଜିରେ ଏମବିବିଏସ ୨ୟ ବର୍ଷ ଛାତ୍ରଙ୍କୁ ରାଗିଂ ଅଭିଯୋଗ ହୋଇଛି। ବିଭିନ୍ନ ହଷ୍ଟେଲରେ ଏକାଧିକ ଛାତ୍ରଙ୍କୁ ରାଗିଂ ହୋଇଥିବା ନେଇ ନ୍ୟାସନାଲ ମେଡିକାଲ କାଉନସିଲ୍‌ ନିକଟରେ ଅଭିଭାବକମାନେ ଅଭିଯୋଗ କରିଛନ୍ତି। ଛାତ୍ରଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ନେଇ ଏନଏମସି ନିକଟରେ ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ତଦନ୍ତ ପାଇଁ ଡିନଙ୍କୁ ଚିଠି ଲେଖିଲା ଏନଏମସି । ତେବେ ଏନଏମସି ପକ୍ଷରୁ ଚିଠି ପାଇବା ପରେ ତଦନ୍ତ ନିର୍ଦ୍ଦେଶ ଦେଲେ କଲେଜ ଡିନ୍। ଏହା ପରେ ଅଭିଯୁକ୍ତ ଛାତ୍ରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଅଧିକ ତଥ୍ୟ ପାଇଁ ପୋଲିସ ଓ କଲେଜ୍  ଆଣ୍ଟି ରାଗିଂ ସେଲ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଥିବା ସୂଚନା ମିଳିଛି।

ଅନ୍ୟପଟେ ତଦନ୍ତ ବେଳେ ହଷ୍ଟେଲର କୌଣସି ଛାତ୍ର ମୁହଁ ଖୋଲୁନଥିବା କହିଛନ୍ତି ଡିନ୍। ହେଲେ ଏବେବି ରାଗିଂ କରିଥିବା ଛାତ୍ରମାନଙ୍କୁ ଅଧିକ ପଚରାଉଚରା ଚାଲିଛି। ଏହାସହିତ ଏହି ଘଟଣାକୁ ନେଇ କଲେଜର ଆଣ୍ଟି ରାଗିଂ ସେଲ୍‌ରେ ବୈଠକ ବସିବ ବୋଲି କହିଛନ୍ତି କଲେଜ ଡିନ୍।

ସୂଚନାଯୋଗ୍ୟ, ପ୍ରଥମ ବର୍ଷର ଛାତ୍ର ମାନେ ଦ୍ବିତୀୟ ବର୍ଷକୁ ଉତ୍ତୀର୍ଣ୍ଣ ହେବା ପରେ ସେମାନଙ୍କ ହଷ୍ଟେଲ ପରିବର୍ତ୍ତନ କରାଯାଇଥିଲା । କ୍ୟାବିନ ବ୍ଲକରୁ ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ତିନୋଟି ହଷ୍ଟେଲକୁ ପଠାଯାଇଥିବା ବେଳେ ସିନିୟର ମାନେ ସେଠାର କିଛି ଦିନ ତଳେ ଏମକେସିଜି ମେଡିକାଲ କଲେଜର ରୁଦ୍ର ରାଉତ ନାମକ ଜଣେ ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ରାଗିଂ ସହ ଆକ୍ରମଣ ହୋଇଥିଲା । ଅଭିଯୁକ୍ତ ୪ ସିନିଅର୍ ଛାତ୍ରଙ୍କୁ କ୍ୟାମ୍ପସ୍ରୁ ବ୍ୟାନ୍ କରାଯାଇଥିଲା। ରାଗିଂକୁ ପ୍ରଶ୍ରୟ ଦେବା ଅଭିଯୋଗରେ ଚତୁର୍ଥ ବର୍ଷ ଛାତ୍ର ସୂର୍ଯ୍ୟକାନ୍ତ ନାୟକ ଓ ରମେଶ ସେଠୀଙ୍କୁ ଦୁଇ ସପ୍ତାହ ପାଇଁ ହଷ୍ଟେଲ ଛାଡ଼ିବା ସହ କ୍ଲାସ୍ କୁ ନ ଆସିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।

Leave a Reply

Your email address will not be published. Required fields are marked *