ଚିରନିଦ୍ରାରେ ଓଡ଼ିଶା ବିଧାନସଭାର ପ୍ରଥମ ବିଧାୟକ ମକରଧ୍ୱଜ ପ୍ରଧାନ । ୧୦୨ ବର୍ଷ ବୟସରେ ଝାରସୁଗୁଡ଼ା ଜିଲ୍ଲା ବାଘମୁଣ୍ଡାସ୍ଥିତ ନିଜ ବାସଭବନରେ ପରଲୋକ ହୋଇଛି।ମକରଧ୍ୱଜ ପ୍ରଧାନ ଦୀର୍ଘ ଦିନ ହେବ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ । ଶୁକ୍ରବାର ସେ ଦେହ ତ୍ୟାଗ କରିଛନ୍ତି । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

ତାଙ୍କର ବିୟୋଗରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରି କହିଛନ୍ତି ଓଡ଼ିଶା ବିଧାନସଭାର ପ୍ରଥମ ବିଧାୟକ ମକରଧ୍ୱଜ ପ୍ରଧାନ ବିୟୋଗ ଖବର ଶୁଣି ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ସେ ୧୯୫୨ ମସିହାରେ ଓଡ଼ିଶାର ପ୍ରଥମ ସାଧାରଣ ନିର୍ବାଚନରେ ମୁରା-ଅମ୍ବାଭନା ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ମହାପ୍ରଭୁଙ୍କ ନିକଟରେ ଅମର ଆତ୍ମାର ସଦଗତି କାମନା କରୁଛି ।

ସୂଚାଯୋଗ୍ୟ; ୧୯୨୪ ମସିହା ଜନ୍ମଗ୍ରହଣ କରିଥିଲେ ପୂର୍ବତନ ବିଧାୟକ ମକରଧ୍ୱଜ ପ୍ରଧାନ । ସ୍ୱାଧୀନତା ସମୟରେ ସେ ବିଭିନ୍ନ ଆନ୍ଦୋଳନରେ ସକ୍ରିୟ ରହିଥିଲେ । ଏହା ପରେ ସେ ରାଜନୀତିରେ ପ୍ରବେଶ କରିଥିଲେ । ପ୍ରଜା ସୋସାଲିଷ୍ଟ ଦଳରୁ ପଶ୍ଚିମ ଓଡ଼ିଶାର ଏକମାତ୍ର ପ୍ରଥମ ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ। ସେ ୧୯୫୨ ମସିହା ମାର୍ଚ୍ଚ ୨୭ରେ ସୋସିଆଲିଷ୍ଟ ପାର୍ଟିରୁ ଅବିଭକ୍ତ ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ ଅମ୍ବାଭୋନା-ମୁରା ନିର୍ବାଚନମଣ୍ଡଳୀରୁ ନିର୍ବାଚନ ଲଢ଼ି ବିଧାନସଭାକୁ ଯାଇଥିଲେ । କାର୍ଯ୍ୟକାଳ ଶେଷ ହେବା ପରେ ୧୯୫୭ ମସିହାର ପୁଣି ଥରେ ନିର୍ବାଚନ ଲଢ଼ିଥିଲେ । ମାତ୍ର ସେ ଏଥିରେ ପରାଜୟ ବରଣ କରିଥିଲେ ।

Leave a Reply

Your email address will not be published. Required fields are marked *