ଖୁବ୍ ଶୀଘ୍ର ଆସିବାକୁ ଯାଉଛି ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା। ଅଙ୍ଗନବାଡି କର୍ମୀଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଏନେଇ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇ କହିଛନ୍ତି । ପ୍ରଥମ କିସ୍ତିର ପ୍ରଥମ ଏବଂ ଦ୍ଵିତୀୟ ପର୍ଯ୍ୟାୟରେ ଯେଉଁ ଅଙ୍ଗନବାଡି କର୍ମୀ ମାନେ ସାମିଲ ହୋଇପାରି ନାହାନ୍ତି, ଦ୍ଵନ୍ଦ୍ବରେ ଅଛନ୍ତି ସେମାନେ ତୃତୀୟ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ପାଇବେ । ଏହି ଯୋଜନାରେ ସବୁ ଅଙ୍ଗନବାଡି କର୍ମୀଙ୍କୁ ମଧ୍ୟ ମିଳିବ ସୁଭଦ୍ରା ଟଙ୍କା । ଏହା ସହ ଉପମୁଖ୍ୟମନ୍ତ୍ରୀ ଆଉ ମଧ୍ୟ କହିଛନ୍ତି ଏହି ଯୋଜନାରେ କୌଣସି ଯୋଗ୍ୟ ହିତାଧିକାରୀ ବାଦ୍ ପଡ଼ିବେନି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଖାରଜ ହୋଇଥିବା ୨ ଲକ୍ଷ ୬୭ ହଜାର ଆବେଦନର ରି-ଚେକ୍ ହେବ। ଦରକାର ପଡ଼ିଲେ ବାରମ୍ବାର ଚେକ ହେବ। କେହି ଏହି ଯୋଜନାରୁ ବଞ୍ଚିତ ହେବେ ନାହିଁ। ଏଥିପାଇଁ ୧ ତାରିଖରେ ନୋଡାଲ ଏଜେନ୍ସି ନିଯୁକ୍ତ ହେବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା କହିଛନ୍ତି। ସୂଚନା ଯୋଗ୍ୟ; ରାଜ୍ୟରେ ସୁଭଦ୍ରା ଯୋଜନା ଗତ ସେପ୍ଟେମ୍ବର ୧୭ ତାରିଖରେ ଶୁଭାରମ୍ଭ ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଯୋଜନାର ଶୁଭାରମ୍ଭ କରିଥିଲେ। ସେହି ଦିନ ପ୍ରଥମ ପର୍ଯ୍ୟାୟରେ ୨୫ଲକ୍ଷରୁ ଅଧିକ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା। ସେହିପରି ଅକ୍ଟୋବର ୯ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟରେ ମହିଳାଙ୍କ ଖାତାକୁ ଟଙ୍କା ଯାଇଥିବା ବେଳେ ବହୁତ୍ ଶୀଘ୍ର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟରେ ଟଙ୍କା ଆସିବାକୁ ଯାଉଚି । Post navigation ଯାତ୍ରାରେ ଅଶ୍ଲୀଳ ନୃତ୍ୟ ବନ୍ଦ ପାଇଁ ଆସିବ ଆଇନ୍: ପୃଥ୍ବୀରାଜ ହରିଚନ୍ଦନ ନଭେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ଶୀତକାଳୀନ ଅଧିବେଶନ