୭ଦିନିଆ ଲଣ୍ଡନ ଗସ୍ତରେ ଯିବେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା । ଆସନ୍ତା ନଭେମ୍ବର ୨ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ‘Tourism Odyssey: Strengthening ties with Diaspora and Industry Leaders” କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ଲଣ୍ଡନ ଗସ୍ତରେ ଯାଉଥିବାର ସୂଚନା ମିଳିଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବିଦେଶ ମାଟିରେ ଶ୍ରୀମତୀ ପରିଡା ଓଡିଶା ପର୍ଯ୍ୟଟନ ବିକାଶର ଅପାର ସମ୍ଭାବନା ଉପରେ ଆଲୋକପାତ କରିବେ। ଏହି ଗସ୍ତ ଓଡିଶାର ପର୍ଯ୍ୟଟନ ପ୍ରତି ବିଦେଶୀ ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ସହ ରାଜ୍ୟ ପର୍ଯ୍ୟଟନ ଶିଳ୍ପରେ ଅଧିକ ପୁଞ୍ଜିନିବେଶକୁ ତ୍ୱରାନ୍ୱିତ କରିବ ବୋଲି ଦୃଢ଼ ଆଶା କରାଯାଉଛି। Post navigation ବାତ୍ୟା ବିପର୍ଯ୍ୟୟ ପରିଚାଳନା କ୍ଷେତ୍ର ରେ ହେନ୍ତାଳ ବଣ ଗୁରୁତ୍ବପୂର୍ଣ୍ଣ : ସୁରେଶ ପୂଜାରୀ ଯବାନଙ୍କ ସହ ଦୀପାବଳି ପାଳନ କଲେ ପ୍ରଧାନମନ୍ତ୍ରୀ ମୋଦୀ