ଆସନ୍ତା ୬ ତାରିଖରେ ପଦ୍ମ ଧରିବେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ୬ ତାରିଖ ପୂର୍ବାହ୍ନରେ ବିଜେପି ରାଜ୍ୟ ମୁଖ୍ୟାଳୟରେ ସାମିଲ ହେବା ନେଇ ସୂଚନା ଦେଲେ ସୁନନ୍ଦାଙ୍କ ସ୍ବାମୀ ଦେବେନ୍ଦ୍ର ଦାସ ।
ସୂଚନା ଯୋଗ୍ୟ; ୨୦୧୯ରେ ବିଜେଡି ଟିକେଟରେ ବରୀରୁ ବିଧାୟିକା ହୋଇଥିଲେ ସୁନନ୍ଦା। ତେବେ ୨୦୨୪ରେ ଦଳୀୟ ଟିକେଟରୁ ସେ ବଞ୍ଚିତ ହୋଇଥିଲେ । ଏହା ପରେ ଅକ୍ଟୋବର ୨୯ ତାରିଖରେ ସୁନନ୍ଦା ଦାସ ବିଜେଡିରୁ ଇସ୍ତଫା ଦେଇଥିଲେ । ଦଳୀୟ କାର୍ଯ୍ୟକ୍ରମରେ କୋଣଠେସା କରାଯିବା ସହ ଦଳ ତାଙ୍କୁ ଅଣଦେଖା କରୁଥିବାରୁ ବାଧ୍ୟ ହୋଇ ବିଜେଡି ଛାଡିଥିବା କହିଥିଲେ ସୁନନ୍ଦା ।