ଆସନ୍ତା ୨୪ରେ ଆସିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ।୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଯିବ ‘ସୁଭଦ୍ରା’ ଟଙ୍କା।ସୁନ୍ଦରଗଡ଼ରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ୩ୟ ପର୍ଯ୍ୟାୟ ଟଙ୍କା ଦିଆଯିବ । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟରେ ୨୦ ଲକ୍ଷରୁ ଅଧିକ ହିତାଧିକାରୀ ଏହାଦ୍ୱାରା ଉପକୃତ ହେବେ। ସୁନ୍ଦରଗଡ଼ରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ୩ୟ ପର୍ଯ୍ୟାୟ ଟଙ୍କା ଦିଆଯିବ। ସୂଚନା ଯୋଗ୍ୟ; ମହିଳାମାନେ ସଶକ୍ତ ହେବାପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଥିବା ସୁଭଦ୍ରା ଯୋଜନାରେ କୋଟିଏରୁ ଅଧିକ ହିତାଧିକାରୀ ପଞ୍ଜୀକୃତ କରିସାରିଛନ୍ତି ।ପୂର୍ବରୁ ୬୦ ଲକ୍ଷ ହିତାଧିକାରୀଙ୍କୁ ୨ଟି ପର୍ଯ୍ୟାୟରେ ମିଳିଥିଲା ସୁଭଦ୍ରା ଟଙ୍କା। Post navigation କାଶୀପୁରରେ ହିତାକାରୀଙ୍କୁ ଦିଆଯାଉଛି ପୋକା ଚାଉଳ କ୍ୱେଟା ରେଳ ଷ୍ଟେସନରେ ବିସ୍ଫୋରଣ: ୨୪ ମୃତ, ୪୦ରୁ ଅଧିକ ଆହତ