ଆଜି ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯଇଅଛି ଯେ, ଅନ୍ୟରାଜ୍ୟ ସହି ଓଡ଼ିଶାର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀ ସ୍ତରୀୟ କମିଟି ( Inter Ministerial Committee ) ଗଠନ କରାଯିବ। ବୈଠକରେ ବିଭିନ୍ନ ଆନ୍ତଃ ରାଜ୍ୟ ବିବାଦ ସଂପର୍କ ବିଷୟରେ ଆଲୋଚନା କରାଯାଇଥିଲା। ପୋଲାଭରମ, ବଂଶଧାରା, ମହାନଦୀ, କୋଟିଆ ଆଦି ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା। ଆଲୋଚନାରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଆଡଭୋକେଟ ଜେନେରାଲ ଶ୍ରୀ ପିତାମ୍ବର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂହ, ଆଇନ ବିଭାଗ ପ୍ରମୁଖ ସଚିବ ଶ୍ରୀ ମାନସ ରଞ୍ଜନ ବାରିକ ପ୍ରମୁଖ ଉପସ୍ଥିତ ଥିଲେ। Post navigation ଗୋମାତା ଯୋଜନା ପାଇଁ ୩୪୨.୬୫କୋଟି କ୍ୟାବିନେଟ ମଞ୍ଜୁରୀ ନବୀନ ଜିଲ୍ଲା ବୁଲିବେ କେବେ ?