ଆଜି ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ । ଦେଶରେ ପାଳିତ ହେଉଛି ଜନଜାତୀୟ ଗୌରବ ଦିବସ । ଏହି ଜନ୍ମ ଜୟନ୍ତୀ ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଜନତା ମୈଦାନଠାରେ ଆୟୋଜିତ ହୋଇଛି ରାଜ୍ୟସ୍ତରୀୟ ଜନଜାତି ଗୌରବ ଦିବସ। ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ସଂଖ୍ୟାଲଘୁ ସମ୍ପ୍ରଦାୟ, ପଛୁଆ ବର୍ଗ କଲ୍ୟାଣ ବିଭାଗ ଆନୁକୂଲ୍ୟରେ ଏହି ଭବ୍ୟ ସମାରୋହର ଆୟୋଜନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଭିଡ଼ିଓ ମାଧ୍ୟମରେ ଯୋଗ ଦେଇ ସଭାକୁ ସମ୍ବୋଧିତ କରିଛନ୍ତି।

ଅନ୍ୟପଟେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ପେସା ଆଇନ୍ ଲାଗୁ ପୂର୍ବରୁ ଲୋକଙ୍କ ମତ ନେବେ ରାଜ୍ୟ ସରକାର ଲୋକଙ୍କ ମତ ନେବା ସହ ସଚେତନତା ସଭା କରିବେ ସରକାର । ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ପ୍ରତି ଗାଁରେ ଜନସଭା ହେବ । ପେସା କିପରି କାର୍ଯ୍ୟକାରୀ ହେବ ସେନେଇ ବିସ୍ତୁତ ଆଲୋଚନା ହେବ  ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସମେତ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସମ୍ମାନନୀୟ ଅତିଥି ଭାବେ ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରୀ ପ୍ରହଲ୍ଲାଦ ଭେଙ୍କଟେଶ ଯୋଶୀ, କେନ୍ଦ୍ର ଶକ୍ତି, ନୂତନ ଓ ଅକ୍ଷୟ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ୟଶୋ ନାଏକ, ମାନ୍ୟବର ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ, ପଛୁଆ ବର୍ଗ କଲ୍ୟାଣ ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଭୁବନେଶ୍ୱର ସାଂସଦ ଶ୍ରୀମତୀ ଅପରାଜିତା ଷଡଙ୍ଗୀ ଉପସ୍ଥିତ ରହିଥିଲେ ।

Leave a Reply

Your email address will not be published. Required fields are marked *