ଦିଲ୍ଲୀ ରେ ସ୍ଥାନୀୟ ଜବାହାରଲାଲ ନେହେରୁ ଷ୍ଟାଡିୟମରେ ଆୟୋଜିତ ତିନି ଦିନିଆ ଓଡ଼ିଶା ପର୍ବ ୨୦୨୪ରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡ଼ିଶା ପର୍ବରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା । ନଭେମ୍ବର 22ରୁ 24 ଯାଏଁ ତିନି ଦିନିଆ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଏଥରକୁ ମିଶାଇ ଏହା ଓଡ଼ିଶା ପର୍ବର ସପ୍ତମ ସଂସ୍କରଣ ।
ଓଡ଼ିଶା ପର୍ବରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦିଲ୍ଲୀରେ ଆୟୋଜିତ ଓଡ଼ିଶା ପର୍ବ ୨୦୨୪ରେ ସାମିଲ ହେଲେ । ଓଡ଼ିଶା ପର୍ବରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ପର୍ବରେ ସାମିଲ ହେବା ସମୟରେ ପ୍ରଧାନମନ୍ତ୍ରୀଙ୍କୁ ପାରମ୍ପାରିକ ବାଦ୍ୟ ଯନ୍ତ୍ର ବଜାଇ ଶାସ୍ତ୍ରୀୟ ସଙ୍ଗୀତ ସହିତ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା ଦିଆଯାଇଥିଲା । ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅଶ୍ୱିନୀ ବୈଷ୍ଣବଙ୍କ ସହିତ ବିଭିନ୍ନ ଷ୍ଟଲ ବୁଲିବା ସହିତ ଚା’ ପିଇଥିଲେ ।
ଅଭିଭାଷଣ-ଓଡ଼ିଶା ପର୍ବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଦ୍ବୋଧନ । ଓଡ଼ିଶା ପର୍ବକୁ ଆସି ଗର୍ବିତ ବୋଲି କହିଲେ ପ୍ରଧାନମନ୍ତ୍ରୀ । “ସ୍ୱାଧୀନତା ଆନ୍ଦୋଳନରେ ଓଡ଼ିଆ ବୀରଙ୍କ ଅବଦାନ ଅନେକ । ପାଇକ ବିଦ୍ରୋହ ଏହାର ଏକ ଉଦାହରଣ । ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଦେଶର ରାଷ୍ଟ୍ରପତି, ଏହା ଗର୍ବର ବିଷୟ । ୨୦୩୬ରେ ଓଡ଼ିଶା ରାଜ୍ୟ ସ୍ଥାପନର ୧୦୦ ବର୍ଷ ପୂର୍ତ୍ତି ପାଳିବ । ଦିନ ଥିଲା ପୂର୍ବ ଭାରତକୁ ପଛୁଆ ମନେ କରାଯାଉଥିଲା । ଓଡ଼ିଶାର ମହିଳା ଆଗକୁ ବଢ଼ିଲେ ଓଡ଼ିଶା ଆଗକୁ ବଢ଼ିବ ତେଣୁ ପ୍ରଧାନମନ୍ତ୍ରୀ କିଛିଦିନ ପୂର୍ବରୁ ଓଡ଼ିଶାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ବୋଲି କହିଛନ୍ତି
ଭାରତ ବର୍ଷ ରେ ସାମୁଦ୍ରିକ ସାମର୍ଥ୍ୟକୁ ଉତ୍କଳୀୟ ମାନେ ବିସ୍ତାର ଦେଇଥିଲେ ତେଣୁ ସେ ପୂର୍ବ ଭାରତକୁ ବିକାଶର ଇଞ୍ଜିନ୍ ମନେ କରି ଗତବର୍ଷ ଅପେକ୍ଷା ଏଥର ଓଡ଼ିଶାକୁ ୩୦% ଅଧିକ ବଜେଟ୍ ଦିଆଯାଇଛି,” ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଅପରାହ୍ନ ୫ ଘଟିକା ୩୦ ମିନିଟରେ ନୂଆଦିଲ୍ଲୀରେ ଆୟୋଜିତ “ଓଡ଼ିଶା ପର୍ବ ୨୦୨୪” କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ଟ୍ବିଟ୍ କରିଥିଲେ ।