ଆସୁଛି ଆଉ ଏକ ଲଘୁଚାପ । ଦକ୍ଷିଣପୂର୍ବ ବଙ୍ଗୋପସାଗରର୍ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନ ବିଶେଷ ଭାବେ ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୭ ତାରିଖରୁ ୩ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣ ବର୍ଷାର ସମ୍ଭାବନା ରହିଛି। ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ତତ୍ ସଂଲଗ୍ନ ଭାରତ ମହାସାଗର ନିକଟସ୍ଥ ଅଞ୍ଚଳରେ ଅବସ୍ଥିତ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରଟି କ୍ରମଶଃ ଘନୀଭୂତ ହୋଇ ଆଜି ଆବପାତର ରୂପ ନେଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଲଘୁଚାପଟି ପରେ ଘନିଭୂତ ହୋଇ ବାତ୍ୟାର ରୂପ ନେଇପାରେ । ତେବେ ଓଡ଼ିଶା ଉପରେ ବାତ୍ୟାର କୌଣସି ପ୍ରଭାବ ପଡିବନି। କିନ୍ତୁ ଆସନ୍ତା ୨୭ ତାରିଖରୁ ୩ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣ ବର୍ଷାର ସମ୍ଭାବନା ରହିଛି। ୨୭ରେ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଏବଂ କେନ୍ଦ୍ରାପଡା ଜିଲାର କିଛି ସ୍ଥାନରେ ବର୍ଷା ହୋଇପାରେ। ୨୮ରେ ଗଞ୍ଜାମ, ଗଜପତି, ମାଲକାନଗିରି , କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ରାୟଗଡା ଏବଂ କୋରାପୁଟ ଆଦି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ୨୯ରେ ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା ଜିଲାର କେତେକ ସ୍ଥାନରେ ହାଲୁକା ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହ ଆଗାମୀ ୨ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ; କିନ୍ତୁ ପରବର୍ତ୍ତୀ ୩ଦିନ ରାତି ତାପମାତ୍ରା ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଏହାଦ୍ବାରା ପାହାଡିଆ ଓ ସମତଳ ଅଞ୍ଚଳରେ ଲାଗି ରହିଥିବା ଶୀତ ପ୍ରକୋପ କମିବାର ସମ୍ଭାବନା ରହିଛି। Post navigation ଏନକ୍ଲୋଜରରୁ ବାହାରି ଜଙ୍ଗଲକୁ ଗଲା ବାଘୁଣୀ ଜୀନତ୍ ପପୁ ବାବୁଙ୍କର ନାହିଁ ସିନା, ସୋରେନଙ୍କର ଦାଢ଼ି ଓ ନିଶ ଅଛି