ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ପ୍ରଧାନମନ୍ତ୍ରୀଙ୍କ ଏହି ଗୁରୁତ୍ବପୂର୍ଣ୍ଣ ଗସ୍ତ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ମୋଦୀଙ୍କ ସମେତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ଜାତୀୟ ସୁରକ୍ଷା ସଂସ୍ଥା (ଏନ୍‌ଏସ୍‌ଜି) ଅଜିତ ଡୋଭାଲଙ୍କ ସମେତ ରାଜ୍ୟକୁ ବହୁ ଭିଭିଆଇପିଙ୍କ ଗସ୍ତକୁ ନଜରରେ ରଖି ଭୁବନେଶ୍ବର-କଟକ କମିସନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ କଟକଣା ଜାରି କରାଯାଇଛି।
ନଭେମ୍ବର ୨୯ ତାରିଖରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବରର ବିଭିନ୍ନ ସ୍ଥାନ ପାଇଁ ଟ୍ରାଫିକ୍‌ କଟକଣା ଜାରି କରାଯାଇଛି। ବିଶେଷକରି ଭିଭିଆଇପିଙ୍କ ଗସ୍ତ କରିବା ରାସ୍ତାରେ ଯାନବାହାନ ମନା। ବିଶେଷକରି ଏୟାରପୋର୍ଟ ଛକରୁ ପିଏମ୍‌ଜି ଛକ, ରାଜଭବନ ଛକ ମନା। ରବୀନ୍ଦ୍ର ମଣ୍ଡପ ଛକରୁ ୧୨୦ ବାଟାଲିୟନ ଓ ଜୟଦେବ ବିହାର, ନାଲକୋ ଛକ ମନା କରାଯାଇଛି। ଯେଉଁ ଦିନ ଯେଉଁ ସମୟରେ ଭିଭିଆଇପିଙ୍କ ଗସ୍ତ ରହିଛି, ସେହି ଅନୁସାରେ କଟକଣା ରହିବ ବୋଲି କମିଶନରେଟ୍‌ ପୋଲିସ ପକ୍ଷରୁ କୁହାଯାଇଛି।

ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଏହି ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସମ୍ମିଳନୀରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀ ଏବଂ କେନ୍ଦ୍ର ଗୃହ ଓ ସହକାରିତା ମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭିଆଇପି/ଭିଭିଆଇପିମାନଙ୍କ ସୁରକ୍ଷା ଓ ନିରାପତ୍ତା ଏବଂ ଜନସାଧାରଣଙ୍କ ସୁଗମନାଗମନ ଓ ପାର୍କିଂ ନିମନ୍ତେ ନିମ୍ନଲିଖିତ ରାସ୍ତାଗୁଡ଼ିକରେ କଟକଣା ଲାଗୁ କରାଯାଇଛି।

 

Leave a Reply

Your email address will not be published. Required fields are marked *