ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଉଛି ବେକାରୀ ସମସ୍ୟା । ଆଜି ନିଯୁକ୍ତି ନେଇ ଗୃହରେ ଦକ୍ଷତା ବିକାଶ, ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ସ୍ୱାଇଁ ବିଗତ ୫ ବର୍ଷର ତଥ୍ୟ ରଖି କହିଛନ୍ତି ୧୦ ବର୍ଷରେ ମୁଖ୍ୟମନ୍ତ୍ରୀ ନିଯୁକ୍ତି ସୁଯୋଗ ସୃଷ୍ଟି କାର୍ଯ୍ୟକ୍ରମ ଜରିଆରେ ୧୮ ଲକ୍ଷ ୪୨ ହାଜର ୬୭ ଜଣଙ୍କୁ ନିଯୁକ୍ତି ତାଲିମ ପ୍ରଦାନ କରାଯାଇ ଥିବା ବେଳେ ବିଗତ ପାଞ୍ଚ ବର୍ଷ ରେ ନିଯୁକ୍ତି ମେଳା ଆୟୋଜନ କରି ମାତ୍ର ୧ ଲକ୍ଷ ୫୪୪୪ ଜଣଙ୍କୁ ନିଯୁକ୍ତି ପତ୍ର ଦିଆଯାଇଛି ।

ମନ୍ତ୍ରୀ ଆଉ ମଧ୍ୟ କହିଛନ୍ତି ନିଯୁକ୍ତି ଭିତ୍ତିକ ତାଲିମ କାର୍ଯ୍ୟକ୍ରମ ଜରିଆରେ ବିଗତ ପାଞ୍ଚ ବର୍ଷରେ ୩୬ ହାଜର ୩୨୯ ଜଣ ଯୁବକ ଯୁବତୀଙ୍କୁ ତାଲିମ ଦିଆଯାଇଥିବା ବେଳେ ମାତ୍ର ୧୫ ହଜାର ୩୮ ଜଣଙ୍କୁ ନିଯୁକ୍ତି ଦିଆଯାଇଛି ।

Leave a Reply

Your email address will not be published. Required fields are marked *