୫ ଦିନିଆ ଓଡ଼ିଶା ଗସ୍ତର ଆଜି ଶେଷ ଦିନରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୟୂରଭଞ୍ଜରେ ତିନୋଟି ନୂତନ ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁଢ଼ାମରା-ଚାକୁଲିଆ, ଓ ବାଦାମପାହାଡ଼-କେନ୍ଦୁଝରଗଡ଼କୁ ସଂଯୋଗ କରୁଥିବା ୩ଗୋଟି ନୂତନ ରେଳ ଲାଇନର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ରାଷ୍ଟ୍ରପତି । ଏହି ଲାଇନ୍ ଆଦିବାସୀ ବହୁଳ ମୟୂରଭଞ୍ଜ ଓ କେନ୍ଦୁଝର ଜିଲାକୁ ସଂଯୋଗ କରିବ। ଯାହା ଖଣିବହୁଳ ଅନୁନ୍ନତ ଅଞ୍ଚଳରେ ଶିଳ୍ପ, ପର୍ଯ୍ୟଟନର ଅଭିବୃଦ୍ଧି ଘଟାଇବ।

ଆଜି ପ୍ରାୟ ୬୪୦୦ କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରି ରାଷ୍ଟ୍ରପତି କହିଛନ୍ତି ଏହି ପ୍ରକଳ୍ପ ଦ୍ୱାରା ମୟୁରଭଞ୍ଜବାସିନ୍ଦାଙ୍କ ଦୀର୍ଘ ଦିନର ସ୍ୱପ୍ନ ପୂରଣ ହେବାକୁ ଯାଉଛି । ବାଣିଜ୍ୟ ଓ ଗମନା କ୍ଷେତ୍ରକୁ ଏହା ନୂତନ ଦିଗକୁ ନେବ ।

ବାଙ୍ଗରିପୋଷୀ ରେଳଷ୍ଟେସନ ଆୟୋଜିର କାର୍ଯ୍ୟକ୍ରମରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ, କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜୁଏଲ ଓରାମ, ରାଜ୍ୟ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ, ମୟୂରଭଞ୍ଜ ଲୋକସଭା ସାଂସଦ ନବଚରଣ ମାଝୀ, ଲୋକସଭା ସାଂସଦ ମମତା ମହାନ୍ତଙ୍କ ସହ କରଞ୍ଜିଆ , ରାଇରଙ୍ଗପୁର, ବଡସାହି, ଉଦଳା, ସାରସକଣା ଓ ବାଙ୍ଗରିପୋଷି ବିଧାୟକ ମାନେ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି

Leave a Reply

Your email address will not be published. Required fields are marked *