ବର୍ଷକୁ ବର୍ଷ ରାଜ୍ୟରେ ବଢୁଛି ମଦ ବିକ୍ରି । ଏନେଇ ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ଆଇନ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଆଜି ବିଧାନସଭାରେ କଂଗ୍ରେସ ବିଧାୟିକା ସୋଫିଆ ଫିରଦୋସଙ୍କ ପ୍ରଶ୍ନ ଗତ ଆର୍ଥିକ ବର୍ଷରେ ଓଡିଶାର ପ୍ରତ୍ୟେକ ଜିଲ୍ଲାରେ ମଦ ବିକ୍ରୟରୁ ମୋଟ ରାଜସ୍ୱ କ’ଣ? ସେ ମଧ୍ୟ ଏକ ଜିଲ୍ଲା ବୁଦ୍ଧିମାନ ଭାଙ୍ଗିବାକୁ ଚାହୁଁଥିଲେ।

ଏହାର ଉତ୍ତରରେ ଆଇନ ମନ୍ତ୍ରୀ ଗୃହରେ କହିଛନ୍ତି, ଗତବର୍ଷ ୨୦୨୨-୨୩ରେ ୫ କୋଟି ୮୩ ଲକ୍ଷ ୪୪ ହଜାର ବିଦେଶୀ ମଦ ବିକ୍ରି ହୋଇଥିବା ବେଳେ ୨୦୨୩-୨୪ ରେ ୫ କୋଟି ୮୮ ଲକ୍ଷ ୮୫ ହଜାର ବିଦେଶୀ ମଦ ବିକ୍ରି ହୋଇଛି । ସେହିପରି ୨୦୨୨-୨୩ ରେ ୧୨ କୋଟି ୯ ଲକ୍ଷ ୬୭ ହଜାର ବଲକ ଲିଟର ବିକ୍ରି ହୋଇଥିବା ବେଳେ ୨୦୨୩-୨୪ ରେ ଏହା ବଢି ୧୫ କୋଟି ୩୫ ଲକ୍ଷ ୭୨ ହଜାର ବଲକ ଲିଟର ବିକ୍ରି ହୋଇଛି ।

ସେହିପରି ଦେଶୀ ମଦର ମଧ୍ୟ ବଢିଛି ଚାହିଦା । ୨୦୨୨-୨୩ ରେ ୮୪ ଲକ୍ଷ ୩୭ ହଜାର ଲିଟର ଦେଶୀ ମଦ ବିକ୍ରି ହୋଇଥିବା ବେଳେ ୨୦୨୩-୨୪ ରେ ୯୮ ଲକ୍ଷ ୪୩ ହଜାର ଲିଟର ମଦ ବିକ୍ରି ହୋଇଛି ।

ମନ୍ତ୍ରୀ ଆଉ ମଧ୍ୟ କହିଛନ୍ତି ସେହିପରି ଅବକାରୀ ରାଜସ୍ୱ ମଧ୍ୟ ବଢିଛି । ୨୦୨୩-୨୪ ଆର୍ଥିକ ବର୍ଷରେ ଏହା ୭, ୨୧୬, ୯୯ ଟଙ୍କାରେ ପହଞ୍ଚିଛି । ବରଗଡ଼ ଜିଲ୍ଲାରୁ ଆସିଛି ସର୍ବାଧିକ ୧୨୪ କୋଟି ୯୯ ଲକ୍ଷର ଅବକାରୀ ରାଜସ୍ୱ । ଦ୍ୱିତୀୟରେ ରହିଛି ଗଞ୍ଜାମ ଜିଲ୍ଲା, ଯେଉଁଠି ୧୦୦ କୋଟି ୯୬ ଲକ୍ଷ କୋଟି ଟଙ୍କାର ଅବକାରୀ ରାଜସ୍ୱ ଆଦାୟ ହୋଇଛି

Leave a Reply

Your email address will not be published. Required fields are marked *