ରାଜ୍ୟସଭା ଉପନିର୍ବାଚନ ଲାଗି ବିଜେପି ପ୍ରାର୍ଥୀ ଭାବେ ସୁଜିତ କୁମାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ବିଧାନସଭାରେ ପହଞ୍ଚି ନାମାଙ୍କନ ଭରିଲେ ସୁଜିତ କୁମାର । ନାମାଙ୍କନ ସମୟରେ ତାଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ, ବିଜେପି ସଭାପତି ମନମୋହନ ସାମଲ ଓ ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର ଓ ବିଧାୟକମାନେ ଉପସ୍ଥିତ ରହିଥିଲେ। ଏହା ପୂର୍ବରୁ ବିଜେପି ରାଜ୍ୟସଭା ଉପନିର୍ବାଚନ ପ୍ରାର୍ଥୀ ଭାବେ ସୁଜିତ କୁମାରଙ୍କ ନାଁରେ ମୋହର ମାରିଥିଲେ । ବିଜେପି କେନ୍ଦ୍ରୀୟ ଚୟନ କମିଟି ପକ୍ଷରୁ ଏ ନେଇ ବିଧିବଦ୍ଧ ଭାବେ ସୂଚନା ଜାରି କରାଯାଇଥିଲା। ଅନ୍ୟପଟେ ନାମାଙ୍କନ ଭରିବା ପୂର୍ବରୁ ସୁଜିତ ଗଣମାଧ୍ୟମକୁ କହିଥିଲେ, ପଶ୍ଚିମ ଏଵଂ ଦକ୍ଷିଣ ଓଡ଼ିଶାର ବିକାଶକୁ ପ୍ରାଧାନ୍ୟ ଦିଆଯିବ। ପଶ୍ଚିମ ଓଡ଼ିଶାରେ ରେଳପଥର ବିକାଶ ସହ ଅଞ୍ଚଳର ବିକାଶକୁ ଗୁରୁତ୍ୱ ଦିଆଯିବ।ବିଜେପି ତାଙ୍କ ଉପରେ ଆସ୍ଥା ପ୍ରକଟ କରି ପୁଣିଥରେ ଟିକେଟ ଦେଇଥିବାରୁ ସେ ବିଜେପି ଦଳ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଵଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଧନ୍ୟବାଦ ଜଣାଇଥିଲେ। ସୂଚନା ଯୋଗ୍ୟ; ସେପ୍ଟେମ୍ବର ୬ ତାରିଖରେ ପୂର୍ବତନ ରାଜ୍ୟସଭା ସାଂସଦ ସୁଜିତ କୁମାର ଇସ୍ତଫା ଦେବା ପରେ ଓଡ଼ିଶାର ଗୋଟାଏ ଆସନ ଖାଲି ରହିଛି । ସୁଜିତଙ୍କ କାର୍ଯ୍ୟକାଳ ୨୦୨୬ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ରହିଥିଲା । କିନ୍ତୁ ଏହା ପୂର୍ବରୁ ସେ ଇସ୍ତଫା ଦେଇଥିଲେ । ସେ ବିଜେଡ଼ିରୁ ଇସ୍ତଫା ଦେଇ ବିଜେପିରେ ଯୋଗ ଦେଇଛନ୍ତି । ଏହା ପରେ ଖାଲି ପଡ଼ିଥିବା ୬ଟି ଆସନ ପାଇଁ ମତଦାନ ହେବ । ରାଜ୍ୟସଭା ଉପନିର୍ବାଚନ ପାଇଁ ଡିସେମ୍ବର ୧୦ ତାରିଖ ନାମାଙ୍କନ ଭରିବାର ଶେଷ ଦିନ ହୋଇଥିବାବେଳେ ଡିସେମ୍ବର ୧୧ ତାରିଖରେ ପ୍ରାର୍ଥୀ ପତ୍ର ଯାଞ୍ଚ କରାଯିବ । ୧୩ ତାରିଖ ସୁଦ୍ଧା ଅନିଚ୍ଛୁକ ପ୍ରାର୍ଥୀମାନେ ନାମାଙ୍କନ ପ୍ରତ୍ୟାହାର କରିପାରିବେ । ଡିସେମ୍ବର ୨୦ ମତଦାନ କରାଯାଇ ଫଳାଫଳ ଘୋଷଣା ହେବ । Post navigation ଖୁବଶୀଘ୍ର ନିଯୁକ୍ତି ପାଇବେ ୫ ହଜାର ଡାକ୍ତର ଓ ୩ ହଜାର ପାରା ମେଡିକାଲ ଷ୍ଟାଫ୍: ମୁକେଶ ମହାଲିଙ୍ଗ ଶିମିଳିପାଳରୁ ଯାଇ ଝାଡ଼ଖଣ୍ଡରେ ବୁଲୁଛି ବାଘୁଣୀ ‘ଜିନ୍ନତ’