ରାଜ୍ୟସଭା ଉପନିର୍ବାଚନ ପାଇଁ ନିର୍ଦ୍ୱନ୍ଦ୍ବରେ ନିର୍ବାଚିତ ହେଲେ ସୁଜିତ୍ କୁମାର । ଓଡ଼ିଶାରୁ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଭରିଥିଲେ ବିଜେପି ପ୍ରାର୍ଥୀ ସୁଜିତ କୁମାର। ତାଙ୍କ ବିପକ୍ଷରେ ଅନ୍ୟ କୌଣସି ପ୍ରାର୍ଥୀ ନାମାଙ୍କନ ଦାଖଲ କରିନାହାନ୍ତି। ଏନେଇ ସୁଜିତ କୁମାର ନିର୍ଦ୍ଵନ୍ଦ୍ଵରେ ସଂସଦର ଉଚ୍ଚସଦନକୁ ଦ୍ଵିତୀୟ ଥର ନିର୍ବାଚିତ ହୋଇଛନ୍ତି।

ନିର୍ଦ୍ୱନ୍ଦ୍ବରେ ନିର୍ବାଚିତ ପରେ ସାଂସଦ ସୁଜିତ୍ କୁମାର କହିଛନ୍ତି  ସଂସଦରେ କଳାହାଣ୍ଡି ତଥା ଓଡ଼ିଶା ପ୍ରସଙ୍ଗ ଉଠାଇବି । ବିଜେଡିରୁ ନେତା ମୁହଁ ଫେରାଇବା ଆରମ୍ଭ କଲେଣି।କଳାହାଣ୍ଡିର ୮୦ ପ୍ରତିଶତ ପଞ୍ଚାୟତ ପ୍ରତିନିଧି ବିଜେପିରେ ମିଶି ସାରିଲେଣି। ଆଗାମୀ ଦିନରେ ଅନେକ ନେତା ବିଜେପିରେ ମିଶିବେ ।

ସୂଚନା ଯୋଗ୍ୟ; ପୂର୍ବତନ ରାଜ୍ୟସଭା ସାଂସଦ ସୁଜିତ କୁମାର ସୋମବାର ବିଜେପି ପକ୍ଷରୁ ନାମାଙ୍କନପତ୍ର ଦାଖଲ କରିଥିଲେ। ବିଜେପି କେନ୍ଦ୍ରୀୟ ସଂସଦୀୟ ବୋର୍ଡ ପକ୍ଷରୁ ସୁଜିତ କୁମାରଙ୍କୁ ରାଜ୍ୟସଭା ଉପନିର୍ବାଚନରେ ପ୍ରାର୍ଥୀ କରିବାକୁ ନିଷ୍ପତ୍ତି ହୋଇଥିଲା। ଏହାପରେ ସୁଜିତ କୁମାର ବିଧାନସଭା ପରିସରକୁ ଯାଇ ତାଙ୍କର ନାମାଙ୍କନ ଦାଖଲ କରିଥିଲେ। ଏହି ନାମାଙ୍କନପତ୍ର ଦାଖଲବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ, ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ଦଳୀୟ ବିଧାୟକ ଓ ରାଜ୍ୟ ନେତୃବୃନ୍ଦ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *