ରାଷ୍ଟ୍ରାୟତ୍ତ କମ୍ପାନୀ ବ୍ରିଜ୍ ଆଣ୍ଡ ରୁଫ ଇଣ୍ଡିଆ କମ୍ପାନୀ ୧୦ ଲକ୍ଷ ଟଙ୍କା ନେବା ମାମଲାରେ ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ସମନ ଜାରି କରିଛି । ଏହି ଘଟଣା ସାମ୍ନାକୁ ଆସିବା ପରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏହି ପ୍ରସଙ୍ଗରେ ପ୍ରତିକ୍ରିୟା ଦେଇ କହିଛନ୍ତି ଯଦିଦୁର୍ନୀତି ପ୍ରମାଣିତ ହେଲେ ତେବେ ନିଶ୍ଚିତ କାର୍ଯ୍ୟାନୁଷ୍ଠାନ ହେବ । ଦୁର୍ନୀତି ପ୍ରତି ସରକାରଙ୍କ ଶୂନ୍ୟ ସହନଶୀଳତା ରହିଛି । ଯେତେବଡ଼ ଅଧିକାରୀ ହେଉ କି ମନ୍ତ୍ରୀ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେବ । ଯଦି ଲିଙ୍କ ବାହାରେ ନିଶ୍ଚିନ୍ତ ତଦନ୍ତ ହେବ ।

ଆଇଏଏସ ବିଷ୍ଣୁପଦ ସେଠୀ ଏବେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରୁଛନ୍ତି ।

ସୂଚନା ଯୋଗ୍ୟ; ଚଳିତ ମାସ ୬ ତାରିଖରେ ଲାଞ୍ଚ କାରବାର ସିବିଆଇ ଏକ ମାମଲା ରୁଜୁ କରିଥିଲା ବ୍ରିଜ୍ ଆଣ୍ଡ ରୁଫ କମ୍ପାନୀ ଲିମିଟେଡ୍ କମ୍ପାନୀ କୋଟି କୋଟି ଟଙ୍କାର ହେରଫେର ସହ ଟେଣ୍ଡର ଫିକ୍ସିଂ କରିଥିବା ନେଇ ଦିଲ୍ଲୀ ସିବିଆଇ ପାଖରେ ଏକ ମାମଲା ରୁଜୁ ହୋଇଥିଲା । ଭୁବନେଶ୍ଵର ,ଭଦ୍ରକ, ଦିଲ୍ଲୀ ଓ କୋଲକାତା ସମେତ ଦେଶର ମୋଟ ୧୧ଟି ସ୍ଥାନରେ ସିବିଆଇ ପକ୍ଷରୁ ଚଢ଼ାଉ କରାଯାଇଥିଲା । ଠୋସ୍ ପ୍ରମାଣ ମିଳିବା ପରେ ସିବିଆଇ କମ୍ପାନୀର ଜେନେରାଲ ମ୍ୟାନେଜର ଅଭିଯୁକ୍ତ ଚଞ୍ଚଲ ମୁଖାର୍ଜୀ, କଣ୍ଟ୍ରାକ୍ଟର ସନ୍ତୋଷ ମହାରଣା ଓ ସୁପର କ୍ଲାସ କଣ୍ଟ୍ରାକ୍ଟର ଦେବଦତ୍ତ ମହାପାତ୍ରଙ୍କୁ ଗିରଫ କରିଥିଲା । ଏହା ପୂର୍ବରୁ ସିବିଆଇର ୨ଟି ଟିମ ଦେବଦତ୍ତଙ୍କ ସମେତ ୪ ଜଣଙ୍କୁ ହୋଟେଲ ମେ ଫେୟାର ଆଗରୁ ଏକ ମର୍ସିଡିଜ୍ ଗାଡ଼ିରେ ୧୦ ଲକ୍ଷ ଟଙ୍କାର ଡିଲ ହେଉଥିବା ବେଳେ ଧରିଥିଲା । ଏହି ମାମଲାରେ ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ସମନ ଜାରି କରିଛି । ଡିସେମ୍ବର ୧୦ ତାରିଖରେ ଚିଠି ହୋଇଥିବାବେଳେ ୧୧ ତାରିଖରେ ହାଜର ହେବାକୁ କୁହାଯାଇଥିଲା ।

Leave a Reply

Your email address will not be published. Required fields are marked *