ବିଶିଷ୍ଟ ଓଡ଼ିଆ ସାହିତ୍ୟିକ ବୈଷ୍ଣବ ଚରଣ ସାମଲଙ୍କୁ ମିଳିବ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର । ପ୍ରବନ୍ଧ ଓ ସମାଲୋଚନା କ୍ଷେତ୍ରରେ ବେଶ ଜଣାଶୁଣା ପ୍ରଫେସର୍ ବୈଷ୍ଣବ ସାମଲଙ୍କୁ ତାଙ୍କ ଲିଖିତ ପ୍ରବନ୍ଧ ଭୂତି ଭକ୍ତି ବିଭୂତି ପୁସ୍ତକ ପାଇଁ ମିଳିବ ପୁରସ୍କାର । ସୂଚନା ଯୋଗ୍ୟ; ପ୍ରଫେସର୍ ବୈଷ୍ଣବ ଚରଣ ସାମଲ ଉତ୍କଳ ବିଶ୍ବବିଦ୍ୟାଳୟ ଓ ଶାନ୍ତିନିକେତନ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟରେ ପ୍ରଫେସର୍ ଭାବେ କାର୍ଯ୍ୟ କରିଥିଲେ। ତାଙ୍କର ୧୨୦ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇଛି। ତାଙ୍କର ପ୍ରଥମ କବିତା ନେତା କିଏ ଲେଖିଥିଲେ । ୧୯୬୪-୬୫ ମସିହାରୁ ସେ ପ୍ରବନ୍ଧ ଓ ସମାଲୋଚନା ସାହିତ୍ୟ ଲେଖିବା ଆରମ୍ଭ କରିଥିଲେ । ତାଙ୍କ ଲିଖିତ ପ୍ରଥମ ପ୍ରବନ୍ଧ ଥିଲା ମରୁତୀର୍ଥ । Post navigation ଆଜିଠୁ ୫ ଦିନିଆ ଦିଲ୍ଲୀ ଓ ରାଜସ୍ଥାନ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଇ ମାସରେ ସରିବ ଆବାସ ସର୍ଭେ: ରବିନାରାୟଣ ନାଏକ