ଆଜି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ରାଜସ୍ଥାନର ଜୈସଲମେର ଠାରେ ଅନୁଷ୍ଠିତ ପ୍ରାକ-ବଜେଟ୍ ପରାମର୍ଶ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଯୋଗଦେଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ବୈଠକରେ ଉପସ୍ଥାପନ କରିଛନ୍ତି ଏବଂ ମାନ୍ୟବର କେନ୍ଦ୍ର ଅର୍ଥମନ୍ତ୍ରୀ ଉପସ୍ଥାପିତ ସମସ୍ତ ଦାବି ଏବଂ ପରାମର୍ଶଗୁଡିକୁ ଅନୁଧ୍ୟାନ କରି ଉପଯୁକ୍ତ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରତିଶୃତି ମଧ୍ୟ ଦେଇଛନ୍ତି।

ଓଡିଶାର ଭିତ୍ତିଭୂମି ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ପୁଞ୍ଜି ନିବେଶ ନିମନ୍ତେ ସ୍ୱତନ୍ତ୍ର ସହାୟତା ଯୋଜନା ୨୦୨୫-୨୬ (SACI) ଅଧୀନରେ ରାଜ୍ୟକୁ ଅଧିକ ଆବଣ୍ଟନ କରାଯିବା ନିମନ୍ତେ ପ୍ରତିଶୃତି ଦେଇଛନ୍ତି ।

ଓଡିଶାରେ ସହରୀକରଣ ପାଇଁ କେନ୍ଦ୍ର ସରକାରଙ୍କ ସହାୟତା ଯୋଗାଇଦେବେ ବୋଲି ପ୍ରତିଶୃତି ଦେଇଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସିତାରମଣ। ଦକ୍ଷିଣ ଏବଂ ପଶ୍ଚିମ ଓଡିଶାରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଯଥାକ୍ରମେ ଗୋପାଳପୁର (ଲୁଣ ଖଳା) ଏବଂ ଝାରସୁଗୁଡା ପାଇଁ ନୂତନ ଇଣ୍ଡଷ୍ଟ୍ରିଆଲ୍ ଟାଉନସିପ୍ ପାଇଁ ପ୍ରସ୍ତାବ ଦେବା ସହ ଓଡିଶାରେ ନିବେଶ ପ୍ରୋତ୍ସାହନ ପାଇଁ ଏକ ଉପଯୁକ୍ତ ପରିବେଶ ସୃଷ୍ଟି ନିମନ୍ତେ ବିଶେଷ ସହାୟତା ଲୋଡିଛନ୍ତି ମୁଖ୍ୟମନ୍ତ୍ରୀ । ଓଡିଶାରେ ପର୍ଯ୍ୟଟନର ବିକାଶ ପାଇଁ ୧୦,୦୦୦ କୋଟି ଟଙ୍କାର ସ୍ୱତନ୍ତ୍ର ପ୍ୟାକେଜ୍ ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

ଆସନ୍ତା ଗ୍ରୀଷ୍ମ ପୂର୍ବରୁ ଲକ୍ଷ୍ୟ ଧାର୍ଯ୍ୟ ପ୍ରକଳ୍ପ ସମାପ୍ତ କରିବା ଏବଂ ସମସ୍ତ ପ୍ରକଳ୍ପର ଅଗ୍ରଗତିକୁ ତ୍ୱରାନ୍ୱିତ କରିବା ପାଇଁ ଜଳ ଜୀବନ ମିଶନ ଅଧୀନରେ ପର୍ଯ୍ୟାପ୍ତ ବଜେଟ୍ ବ୍ୟବସ୍ଥା କରାଯିବ। ଓଡ଼ିଶାର ବାସୀଙ୍କର ନୂତନ ସରକାର ଠାରୁ ଉଚ୍ଚ ଆଶା ପୂରଣ ଦିଗରେ ସ୍ୱାସ୍ଥ୍ୟସେବା, ଶିକ୍ଷା ଏବଂ ଭିତ୍ତିଭୂମିରେ ବୈପ୍ଳବିକ ପରିବର୍ତ୍ତନ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ଏବଂ ଆକାଂକ୍ଷୀ ବ୍ଲକ୍ କାର୍ଯ୍ୟକ୍ରମ ଅନ୍ତର୍ଗତ ପୂର୍ବରୁ ଅନୁମୋଦିତ ୨୯ଟି ବ୍ଲକ୍ ବ୍ୟତୀତ ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାର ଅନ୍ୟ ୧୧ଟି ଅତିରିକ୍ତ ବ୍ଲକ୍ ଅନ୍ତର୍ଭୁକ୍ତ କରିବା ପାଇଁ ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Leave a Reply

Your email address will not be published. Required fields are marked *