ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ପୂର୍ଣ୍ଣାବୟବ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଉନ୍ମୋଚନ କରାଯାଇଛି। କଟକର ବେଲଭ୍ୟୁ ଛକରେ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶିଳ୍ପୀ ସଞ୍ଜୀବ ବିଶ୍ବାଳଙ୍କ ତତ୍ତ୍ବବଧାନରେ ନିର୍ମିତ ହୋଇଛି ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ଏହି ବିଶାଳ ବ୍ରୋଞ୍ଜ ପ୍ରତିମୂର୍ତ୍ତି। ମାତ୍ର ୩୫ ଦିନ ମଧ୍ୟରେ ୧୦ ଫୁଟ୍ ଉଚ୍ଚତାବିଶିଷ୍ଟ ଏହି ବ୍ରୋଞ୍ଜ ପ୍ରତିମୂର୍ତ୍ତି ୧୮ ଜଣ କାରିଗରଙ୍କ ଦ୍ବାରା ନିର୍ମାଣ କରାଯାଇଛି । ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି ସ୍ବର୍ଗତ ବାଜପେୟୀ ଙ୍କ ର ବ୍ୟକ୍ତିତ୍ଵ ତାଙ୍କୁ ଅମର କରି ରଖିବ। ସମଗ୍ର ବିଶ୍ଵରେ ରାଷ୍ଟ୍ର ରାଷ୍ଟ୍ର ମଧ୍ୟରେ ପ୍ରେମ ଓ ବନ୍ଧୁତା ସ୍ଥାପନ କରି ବିଶ୍ୱରେ ଶାନ୍ତି ପ୍ରତିଷ୍ଠା କରିବା ତାଙ୍କ ଜୀବନର ଏକ ମାତ୍ର ଲକ୍ଷ୍ୟ ଥିଲା। ସେହିପରି କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅତିଥି ଭାବରେ ଯୋଗଦେଇ ସ୍ବର୍ଗତ ବାଜପେୟୀଙ୍କ ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଛନ୍ତି ଯେ ଅଟଳ ବିହାରୀ ବାଜପେୟୀ ବିଚିତ୍ର କୁଟ ନୀତି ସମଗ୍ର ବିଶ୍ୱ କୁ ଚକିତ କରିଥିଲା। କୌଣସି ରାଷ୍ଟ୍ର ସହିତ ବନ୍ଧୁତାର ହାତ ବଢ଼ାଇ ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ପାଇଁ ସେ ନିରବଚ୍ଛିନ୍ନ ଭାବେ ପ୍ରୟାସ ଜାରି ରଖିଥିଲେ। ସେ ଏକାଧାରରେ ଜଣେ ରାଜନୀତିଜ୍ଞ, ବିଚକ୍ଷଣ କୁଟନୀତିଜ୍ଞ ଏବଂ ସାହିତ୍ୟିକ ଭାବରେ ବେଶ୍ ପରିଚିତ ଥିଲେ । ଏହି ଅବସରରେ ରାଜ୍ୟ ଉଚ୍ଚ ଶିକ୍ଷା, ସଂସ୍କୃତି, ଭାଷା ସାହିତ୍ୟ ଏବଂ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କଟକ ଲୋକସଭା ସଦସ୍ୟ ଭର୍ତ୍ତୃହରି ମହତାବ, ସଦର ବିଧାୟକ ଇଂ ପ୍ରକାଶ ସେଠୀ, ମାହାଙ୍ଗା ବିଧାୟକ ସାରଦା ପ୍ରସାଦ ପ୍ରଧାନ, ବାଙ୍କୀ ବିଧାୟକ ଦେବୀ ପ୍ରସାଦ ତ୍ରିପାଠୀ, ନଗର ବିଜେପି ସଭାପତି ଲଲାଟେନ୍ଦୁ ବଡ଼ୁ, ବିଜେପି ନେତା ଶ୍ରୀତମ୍ ଦାସ ପ୍ରମୁଖ ଯୋଗ ଦେଇଥିଲେ। Post navigation ରାଜଧାନୀ ରାସ୍ତାରୁ ହଟିବେ ସମସ୍ତ ଉଠା ଦୋକାନୀ ଚିଟଫଣ୍ଡର ଶିକାର ହୋଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ