ପରଲୋକରେ କୋଟପାଡ଼ ପୂର୍ବତନ ବିଧାୟକ ସଦନ ନାୟକ । ୭୧ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ମାଝୀ ମହାପ୍ରଭୁଙ୍କ ନିକଟରେ ଦିବଂଗତ ଆତ୍ମାର ସଦ୍ଗତି କାମନା କରିବା ସହ ତାଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ମାଝୀ କହିଛନ୍ତି ଯେ ସ୍ୱର୍ଗତ ନାୟକ ଜଣେ ଦକ୍ଷ ସଂଗଠକ, ସମାଜସେବୀ ଓ ପରୋପକାରୀ ବ୍ୟକ୍ତି ଭାବେ କୋରାପୁଟ ଜିଲ୍ଲାରେ ଲୋକପ୍ରିୟତା ଅର୍ଜନ କରିଥିଲେ । ୧୯୯୦ ରୁ ୯୫ ପର୍ଯ୍ୟନ୍ତ କୋଟପାଡର ବିଧାୟକ ଭାବେ ନିର୍ବାଚିତ ହୋଇ ନିର୍ବାଚନ ମଣ୍ଡଳୀର ଶିକ୍ଷା, ସ୍ୱାସ୍ଥ୍ୟସେବା ଓ ଗମନାଗମନ କ୍ଷେତ୍ରରେ ଅନେକ ପରିବର୍ତ୍ତନ ଆଣିଥିଲେ । ଅଞ୍ଚଳର ବିକାଶ ପାଇଁ ତାଙ୍କ ଯୋଗଦାନ ତାଙ୍କୁ ସବୁଦିନ ପାଇଁ ସ୍ମରଣୀୟ କରି ରଖିବ । ତାଙ୍କ ବିୟୋଗରେ କୋରାପୁଟ ଜିଲ୍ଲା ରାଜନୀତି କ୍ଷେତ୍ରରେ ଏକ ଶୂନ୍ୟସ୍ଥାନ ସୃଷ୍ଟି ହେଲା । ସୂଚନା ଯୋଗ୍ୟ; ସଦନ ନାୟକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି । ୧୯୯୦, ୨୦୦୦ ଓ ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନସଭା ନିର୍ବାଚନରେ ସେ କୋଡ଼ିଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୧ଶ, ୧୨ଶ ଓ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । Post navigation ନୂଆବର୍ଷରେ ଖୋଲିବି ନବୀନଙ୍କ ପାଞ୍ଜି: ପ୍ରଦୀପ ପାଣିଗ୍ରାହୀ ବନ୍ଧା ହେଲେ ଠକ ହଂସିତାଙ୍କ ପ୍ରକୃତ ସ୍ୱାମୀ