ରାଜ୍ୟରେ ଶୀତର ଲହରୀ ଜାରି ରହିଛି। ଶୀତ ସାଙ୍ଗକୁ ଘନ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି । ବର୍ତ୍ତମାନ ରାଜ୍ୟରେ ଶୀତର ପରିମାଣ କମିଥିବା ବେଳେ ରାତି ତାପମାତ୍ରା ଧୀରେ ଧୀରେ ବଢିଛି । ହେଲେ ଆସନ୍ତା ୧୭ରୁ ପୁଣି ଶୀତର ପ୍ରକୋପ ବଢ଼ିବ । ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ ଘନ କୁହୁଡି ପାଇଁ ୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ୧୬ ତାରିଖ ପର୍ଯ୍ୟନ୍ତ ୩ ଜିଲ୍ଲା କଳାହାଣ୍ଡି, କନ୍ଧମାଳ ଓ ଭଦ୍ରକ ଜିଲ୍ଲାକୁ ଘନ କୁହୁଡି ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ସୂଚନା ।

ପାଣିପାଗ ବିଭାଗ ସୂଚନା ଅନୁସାରେ, ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ । କିଛି ଜିଲ୍ଲାରେ ହାଲୁକା ଶୀତ ସହ ଘନ କୁହୁଡି ନେଇ ସତର୍କତା ରହିଛି । ୩ଟି ଜିଲ୍ଲାକୁ କଳାହାଣ୍ଡି, କନ୍ଧମାଳ ଏବଂ ଭଦ୍ରକକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ଦୃଶ୍ୟମାନ କ୍ଷମତା ୫୦ ମିଟର ତଳକୁ ଖସିଆସିବ । କିଛି କିଛି ସ୍ଥାନରେ ଜିରୋ ଭିଜିବିଲିଟି ନେଇ ମଧ୍ୟ ସତର୍କତା ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *