ଶ୍ରୀମନ୍ଦିରରେ ଅଘଟଣ । ଶ୍ରୀମନ୍ଦିର ଭିତରେ ଟଳି ପଡିଲେ ସୁଆର ବଡୁ ସେବାୟତ ଜଗନ୍ନାଥ ସୁନାଥାଳି । ରତ୍ନ ସିଂହାସନ ନିକଟରେ ସେବା କରୁଥିବା ବେଳେ ଅସୁସ୍ଥ ଅନୁଭବ କରିଥିଲେ। ଛାତିରେ ତାଙ୍କୁ ଯନ୍ତ୍ରଣା ହୋଇଥିଲା ସେ ପଡିଯାଇଥିଲେ । ଗୁରୁତର ଅବସ୍ଥାରେ ସେବାୟତଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ସୂଚନା ଅନୁସାରେ, ମୃତ ଜଗନ୍ନାଥ ସେବାୟତ ଦ୍ବିପ୍ରହର ଧୂପ ପାଇଁ ପାଣି ପକାଉଥିବା ବେଳେ ଟଳି ପଡିଥିଲେ । ଛାତିରେ ଯନ୍ତ୍ରଣା ହେବାରୁ ତଳେ ପଡ଼ି ଯାଇଥିଲେ ସମ୍ପୃକ୍ତ ସେବକ। ଏହାପରେ ସମସ୍ତ ଏକାଠୀ ହୋଇ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ଆମ୍ବୁଲାନ୍ସ ଯୋଗେ ସଦର ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହୋଇନଥିବା ବେଳେ ହାର୍ଟ ଆଟାକ ହୋଇଥାଇପାରେ ବୋଲି ଆଶଙ୍କା କରାଯାଉଛି । Post navigation ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବରେ ନିଯୁକ୍ତ ହେଲେ ଓଏଏସ ଆଲୋକ ପ୍ରଧାନ ତୁଟିଲା ସେବାୟତ ବିବାଦ, ସ୍ୱାଭାବିକ ହେଲା ଲିଙ୍ଗରାଜଙ୍କ ନୀତିକାନ୍ତି